ରାଜ୍ୟରେ କମୁଛି କରୋନା ମୃତ୍ୟୁ ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 29, 2020

ରାଜ୍ୟରେ କମୁଛି କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ହାରୁଛି କରୋନା ଜିତୁଛି ଓଡ଼ିଶା । ରାଜ୍ୟରେ କମୁଛି କରୋନା ସଂକ୍ରମଣ । ପ୍ରତିଦିନ ଏକ ହଜାର ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ଧୀରେ ଧୀରେ ବ୍ରେକ ଲାଗୁଛି । ଗଲା ଦୁଇ ଦିନ ହେବ ଲଗାତର ୧୦ ତଳେ କରୋନା ମୃତ୍ୟୁ ସଂଖ୍ୟା ରହିଛି ।  ୨୪ ଘଂଟାରେ ରାଜ୍ୟରେ ଆଉ ୫ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୩୯ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧ ଜିଲ୍ଲାରୁ ସର୍ବଧିକ ୩ ଜଣ ଅଛନ୍ତି । ସମସ୍ତ ମୃତକ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୩୫, ୫୫, ୬୦ ରହିଛି । ସେହିପରି ନୂଆପଡା ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଛନ୍ତି । ଏହି ଦୁଇ ଜଣଙ୍କ ମଧ୍ୟରେ ଜେଣ ୬୦ ବର୍ଷୀୟ ବୃଦ୍ଧ ଏବଂ ଜେଣ ୫୦ ବର୍ଷୀୟ ମହିଳ  ଅଛନ୍ତି ।


ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୬୭୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୧୨୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

The post ରାଜ୍ୟରେ କମୁଛି କରୋନା ମୃତ୍ୟୁ ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3o5WDqK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages