ଫୁଲବାଣୀ (ତ୍ରିନାଥ ସାହୁ): ବହୁ ଚର୍ଚ୍ଚିତ ଯୋଡାମୁଣ୍ଡ ଶିଶୁ ମଧ୍ୟରୁ ଗତକାଲି ଆଖି ବୁଜିଥିବା କାଳିଆର ଶେଷକୃତ୍ୟ ଆଜି ସଂପନ୍ନ ହୋଇଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ମିଲୁପଡାରେ ପରିବାର ବର୍ଗଙ୍କ ସମେତ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ବିଡିଓଙ୍କ ଉପସ୍ଥିତିରେ ତାର ଶେଷକୃତ୍ୟ ସମ୍ପନ୍ନ ହୋଇଛି ।
ଜଗା-କାଳିଆଙ୍କର ଅପରେସନ ହୋଇଥିଲା ଏବଂ ଦୁହେଁ ଦିଲ୍ଲୀରୁ ଫେରିବା ପରେ ସୁସ୍ଥ ଥିଲେ । କିନ୍ତୁ ଜଗା ବଂଚିଥିବା ବେଳେ କାଳିଆ ତାକୁ ଛାଡି ଚାଲିଯାଇଛି । ଏଥିପାଇଁ ଆମେ ବେଶ ଦୁଃଖିତ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି ।
ସେପେଟ କାଳିଆର ମୃତ୍ୟୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଟ କରି ଡାକ୍ତରମାନଙ୍କ ଅଦମ୍ୟ ଚେଷ୍ଟା ଓ ଶ୍ରେଷ୍ଠ ଚିକିତ୍ସା ସତ୍ତ୍ୱେ କାଳିଆର ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି । ଏଥିସହ ଶୋକସନ୍ତପ୍ତ ପରିବାରକୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ । ଅସମୟରେ ଝଡି ପଡିଥିବା କାଳିଆର ଅମର ଆତ୍ମାର ସଦଗତି କାମନା ସହ ଏହି କଠିନ ସମୟରେ ଜଗାର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଭଗବାନଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି ।
ଡାକ୍ତରମାନଙ୍କ ଅଦମ୍ୟ ଚେଷ୍ଟା ଓ ଶ୍ରେଷ୍ଠ ଚିକିତ୍ସା ସତ୍ତ୍ୱେ କାଳିଆର ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ। ଅସମୟରେ ଝଡି ପଡିଥିବା କାଳିଆର ଅମର ଆତ୍ମାର ସଦଗତି କାମନା ସହ ଏହି କଠିନ ସମୟରେ ଜଗାର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି।
— Naveen Patnaik (@Naveen_Odisha) November 26, 2020
ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଅଲଗା କରାଯିବାର ଦୀର୍ଘ ୩ ବର୍ଷ ପରେ ଜଗାକୁ ଛାଡ଼ି ଗତକାଲି ଆରପାରିକି ଚାଲିଯାଇଥିଲା କାଳିଆ । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ୯ଟା ୧୦ ମିନଟରେ କାଳିଆର ମୃତ୍ୟୁ ହୋଇଥିବା ନେଇ SCBର ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣାଙ୍କ ସୂଚନା ଦେଇଥିଲେ। ଗତ ସପ୍ତାହେ ଧରି କାଳିଆର ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିଥିଲା । ଶେଷରେ ସେ ସେପଟିସେମିଆରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲା।
ସୂଚନାଯୋଗ୍ୟ, ଜଗା କଟକ ବଡମେଡିକାଲରେ ଚିକିତ୍ସାଧୀନ ଥିବା ଜଣାଯାଇଛି।
The post ସରିଲା କାଳିଆର ଶେଷକୃତ୍ୟ appeared first on Odisha Reporter.
from Odisha Reporter https://ift.tt/3pW9cXk
No comments:
Post a Comment