ଆଜି କନ୍ଧମାଳରେ ହେବ କାଳିଆର ଶେଷକୃତ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 25, 2020

ଆଜି କନ୍ଧମାଳରେ ହେବ କାଳିଆର ଶେଷକୃତ୍ୟ

କଟକ(ଓଡ଼ିଶା ରିପୋର୍ଟର): କନ୍ଧମାଳର ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଅଲଗା କରାଯିବାର ଦୀର୍ଘ ୩ ବର୍ଷ ପରେ ଜଗାକୁ ଛାଡ଼ି ଆରପାରିକି ଚାଲିଯାଇଥିବା କାଳିଆର ଆଜି ହେବ ଶେଷକୃତ୍ୟ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ମିଲୁପଡ଼ାରେ କାଳିଆର ଶେଷକୃତ୍ୟ କରାଯିବ।

କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ୯ଟା ୧୦ ମିନଟରେ କାଳିଆର ମୃତ୍ୟୁ ହୋଇଥିବା ନେଇ SCBର ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣାଙ୍କ ସୂଚନା ଦେଇଥିଲେ। ଗତ ସପ୍ତାହେ ଧରି କାଳିଆର ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିଥିଲା । ଶେଷରେ ସେ ସେପଟିସେମିଆରେ ଆକ୍ରାନ୍ତ ହୋଇ  ଚିକିତ୍ସାଧୀନ ଥିଲା। କାଳିଆର ଶେଷକୃତ୍ୟ ନିମନ୍ତେ ଗତକାଲି ତା ମୃତଦେହକୁ ବାପାମା’ ନେଇ ଆମ୍ବୁଲାନ୍ସ ଯୋଗେ ଗାଁ ଅଭିମୁଖେ ଯାଇଥିବା ବେଳେ ଜଗା କଟକ ବଡମେଡିକାଲରେ ଚିକିତ୍ସାଧୀନ ଥିବା ଜଣାଯାଇଛି।

ଯୋଡ଼ା ମୁଣ୍ଡ ଶିଶୁଙ୍କ ସମ୍ପର୍କରେ ପ୍ରଥମେ ଓଟିଭିରେ ଖବର ପ୍ରସାରଣ ହୋଇଥିଲା । ଶିଶୁଙ୍କ ଚିକିତ୍ସା ପାଇଁ ସେମାନଙ୍କ ମାଆ ପୁଷ୍ପାଞ୍ଜଳି କଅଁର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। କଟକ ବଡ଼ ଡାକ୍ତରଖାନାରେ ସେମାନଙ୍କ ପରୀକ୍ଷା ନିରୀକ୍ଷା ପରେ ୨୦୧୭ରେ ସେମାନଙ୍କୁ ଏମ୍ସ ପଠାଯାଇଥିଲା। ନୂଆଦିଲ୍ଲୀସ୍ଥିତି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଚିକିତ୍ସିତ ହେଉଥିବା ଜଗା-କାଳିଆଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧ କୋଟି ଟଙ୍କା ମଞ୍ଜୁର କରିଥିଲେ।

ଏହା ପରେ ଦିଲ୍ଲୀ ଏମ୍‌ସରେ ନ୍ୟୁରୋ ସର୍ଜିରୀ ବିଭାଗର ତତ୍କାଳୀନ ମୁଖ୍ୟ ପ୍ରଫେସର ଅଶୋକ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୨୦୧୭ ଜୁନ୍ ମାସରେ ଉଭୟଙ୍କୁ ସଫଳତାର ସହ ପୃଥକ କରାଯାଇଥିଲା । ପ୍ରାୟ ୨ବର୍ଷ ଧରି ଏମ୍‌ସରେ ଚିକିତ୍ସାଧୀନ ରହିବା ପରେ ଗତବର୍ଷ ଉଭୟ ଓଡ଼ିଶା ଫେରିଥିଲେ ।

କଟକ ବଡ଼ ମେଡିକାଲରେ ସ୍ୱତନ୍ତ୍ର ବ୍ୟବସ୍ଥା ସହ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଥିଲେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍। ଏଠାରେ  ଜଗା ସ୍ୱାସ୍ଥ୍ୟରେ ଉନ୍ନତି ଘଟିଥିଲା। ହେଲେ କାଳିଆର ସ୍ୱାସ୍ଥ୍ୟା ଅବସ୍ଥାରେ ଉନ୍ନତି ଘଟୁନଥିଲା। ତାକୁ ମଝିରେ ମଝିରେ ଆଇସିୟୁରେ ରଖାଯାଉଥିଲା। ତେବେ ଗତ ଦୁଇ ଦିନ ହେଲା ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ପୁଣି ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଶେଷରେ ଗତକାଲି ଆଖି ବୁଜିଛି କାଳିଆ।

 

The post ଆଜି କନ୍ଧମାଳରେ ହେବ କାଳିଆର ଶେଷକୃତ୍ୟ appeared first on Odisha Reporter.



from Odisha Reporter https://ift.tt/39hbt9O

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages