ପୋଲ ତଳକୁ ଖସିଲା ବାଇକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 3, 2020

ପୋଲ ତଳକୁ ଖସିଲା ବାଇକ୍‌

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ ରାଇବାହାଳ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି ।

ମିଳିଥିବା ସୂଚନା ମୁତାବକ, ଆଜି ସକାଳୁ ଏକ ବାଇକ୍‌ରେ ଆଠମଲ୍ଲିକ ଅଞ୍ଚଳର ବିନୋଦ ପାଣ୍ଡେ ଓ ଭୀମସେନ ମଲିକ କିଶୋରନଗରରୁ ମାଧପୁର ଅଭିମୁଖେ ଯାଉଥିଲେ। ମାତ୍ର ଗାଡ଼ିଟି ରାଇବାହାଳ ପୋଲ ଉପରେ ଭାରସାମ୍ୟ ହରାଇ ତଳକୁ ଖସିପଡିଥିଲା ।

ଘଟଣାସ୍ଥଳରେ ବିନୋଦଙ୍କ ମୃତ୍ୟୁ ହୋଇଥିବାବେଳେ ଭୀମସେନ ଗୁରୁତର ଆହତ ହୋଇଥିଲେ । ଖବର ପାଇ ପୁଲିସ୍‌ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ  ହସ୍ପିଟାଲ ପଠାଇବା ସହ ଅଧିକ ତଦନ୍ତ ଜାରି ରଖିଛି

The post ପୋଲ ତଳକୁ ଖସିଲା ବାଇକ୍‌ appeared first on Odisha Reporter.



from Odisha Reporter https://ift.tt/3mUvaI5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages