ରାଜ୍ୟରେ ଆଖି ବୁଜିଲେ ଆଉ ୧୪ କରୋନା ରୋଗୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 26, 2020

ରାଜ୍ୟରେ ଆଖି ବୁଜିଲେ ଆଉ ୧୪ କରୋନା ରୋଗୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କମୁନି କରୋନାର କୋପ । ରାଜ୍ୟରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ପୁଣି ଆଉ ୧୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୧୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି ।

ମୃତକଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୪ ଜଣ ଅଛନ୍ତି । ସେହିପରି ଅନୁଗୁଳରୁ ୩ ଜଣ, ଭୁବନେଶ୍ୱରରୁ ୨, ବାଲେଶ୍ୱରରୁ ୨, ନୟାଗଡ ଓ ପୁରୀରୁ ଜଣେ ଲଖାଏଁ କରୋନାରେ ପ୍ରାଣ ହରାଇଛନ୍ତି ।


ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୭୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୬୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୮୮୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

The post ରାଜ୍ୟରେ ଆଖି ବୁଜିଲେ ଆଉ ୧୪ କରୋନା ରୋଗୀ appeared first on Odisha Reporter.



from Odisha Reporter https://ift.tt/3fI0pno

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages