ଇନୋଭାକୁ ପିଟିଲା ବସ୍‌,୨ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 1, 2020

ଇନୋଭାକୁ ପିଟିଲା ବସ୍‌,୨ ମୃତ

ବୌଦ୍ଧ(ଓଡ଼ିଶା ରିପୋର୍ଟର): ବୌଦ୍ଧ- ଅନୁଗୁଳ ଜିଲ୍ଲା ସୀମାନ୍ତ କିଆକଟା ଛକରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ  ବସ୍ ଦୁର୍ଘଟଣାରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି।  ଏହି ଦୁର୍ଘଟଣାରେ ୨୫ ଯାତ୍ରୀ ଆହତ  ହୋଇଛନ୍ତି।

ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ହୀରାକୁଦରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଯାତ୍ରିବାହୀ ବସ୍‌ କିଆକଟା ଛକରେ ଛିଡ଼ା ହୋଇଥିବା ଏକ ଇନୋଭାକୁ  ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣ ଆଖି ବୁଜିଥିବା ବେଳେ ୮ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ବସ୍‌ରେ ଥିବା ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇ ବୌଦ୍ଧ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

ଖ‍ବର ପାଇ ଅଗ୍ନିଶମ କର୍ମଚାରୀ ଓ ପୁଲିସ୍‌ ପହଞ୍ଚି  ସ୍ଥାନୀୟ ଲୋକଙ୍କ ସହାୟତାରେ ବସ୍‌ରୁ ଆହତମାନଙ୍କୁ ଉଦ୍ଧାର କରିଛନ୍ତି।

The post ଇନୋଭାକୁ ପିଟିଲା ବସ୍‌,୨ ମୃତ appeared first on Odisha Reporter.



from Odisha Reporter https://ift.tt/3kNeykI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages