ରେଢ଼ାଖୋଲ(ଓଡ଼ିଶା ରିପୋର୍ଟର): ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ସମ୍ବଲପୁର ଯୁଯୁମୁରା ଥାନା ଅଞ୍ଚଳରେ। ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ ।
ସ୍ଥାନୀୟ ଘୁସୁରିଆବାହାଲ ଗାଁରେ ଗତକାଲି ରାତିରେ ଘଟିଛି ଏଭଳି ଘଟଣା । କୌଣସି ଏକ କାରଣରୁ ସ୍ୱାମୀ ପ୍ରମୋଦ ଭଏସା ଓ ତାଙ୍କ ସ୍ତ୍ରୀ ପାର୍ବତୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏହାକୁ ନେଇ ପ୍ରମୋଦ ଉତ୍ୟକ୍ତ ହୋଇ ସ୍ତ୍ରୀଙ୍କ ମୁଣ୍ଡକୁ ହାଣି ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିବା ସହ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ କରୁଛି ।
The post ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଦେଲା ସ୍ୱାମୀ appeared first on Odisha Reporter.
from Odisha Reporter https://ift.tt/3lfou6O
No comments:
Post a Comment