ଶ୍ରୀମନ୍ଦିର ସମ୍ମୁଖରେ ଡ୍ୟୁଟି କରୁଥିଲେ, ବିନା ଅନୁମତିରେ ପଶି ସସ୍‌ପେଣ୍ଡ ହେଲେ ୪ ANM - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 29, 2020

ଶ୍ରୀମନ୍ଦିର ସମ୍ମୁଖରେ ଡ୍ୟୁଟି କରୁଥିଲେ, ବିନା ଅନୁମତିରେ ପଶି ସସ୍‌ପେଣ୍ଡ ହେଲେ ୪ ANM

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ସମ୍ମୁଖରେ ଡ୍ୟୁଟି ପାଇଁ ମିଳିଥିଲା ନିର୍ଦ୍ଦେଶ। ହେଲେ ଭିତରକୁ ପ୍ରବେଶ ନିମନ୍ତେ ନ ଥିଲା କୌଣସି ଅନୁମତି। ଏହାସତ୍ତ୍ୱେ ବିନା ଅନୁମତିରେ ଶ୍ରୀମନ୍ଦିର ଭିତରକୁ ଅନଧିକାର ପ୍ରବେଶ କରି ଶେଷରେ ନିଲମ୍ବିତ  ହୋଇଛନ୍ତି ୪ ANM । ସଂପୃକ୍ତ ୪ ଏନଏନ୍ଏମ୍‌ଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ନିଲମ୍ବିତ କରିଛନ୍ତି ।

ଏହି ANMମାନେ ମନ୍ଦିର ବାହାରେ ଡ୍ୟୁଟି କରିବା ପାଇଁ ଦାୟିତ୍ୱ ପାଇଥିଲେ ।  ଶ୍ରୀମନ୍ଦିରରେ ପ୍ରବେଶ ଅନୁମତି ପାଇଥିବା ଭକ୍ତଙ୍କ ଥର୍ମାଲ ଚେକିଂ ଦାୟିତ୍ୱରେ  ଥିଲେ । ତେବେ ଶ୍ରୀମନ୍ଦିରକୁ ପ୍ରବେଶ ନେଇ ସେମାନଙ୍କ ନିକଟରେ କୌଣସି ଅନୁମତି ନଥିଲେ ବି ସେମାନେ ମନ୍ଦିର ଭିତରକୁ ଯାଇଥିଲେ। ଏ ଘଟଣା ଜଣାପଡ଼ିବା ପରେ ୪ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି CDMO।

 

ସୂଚନାଯୋଗ୍ୟ, ଦୀର୍ଘ ୯ ମାସର କଟକଣା ପରେ ଗତ ୨୩ ତାରିଖରୁ ପୁରୀରେ ଆରମ୍ଭ ହୋଇଛି କାଳିଆ ଦର୍ଶନ  । ପ୍ରଥମ ତିନି ଦିନ ସେବାୟତଙ୍କ ପରିବାରଙ୍କୁ ଶ୍ରୀଜିଉଙ୍କ ଦର୍ଶନ ଅନୁମତି ମିଳିଥିଲା।  ଏହା ପରେ ୨୬ତାରିଖରୁ ୩୧ ଯାଏଁ ପୁରୀ ସହରବାସୀଙ୍କୁ ମିଳିଛି ଏହି ସୌଭାଗ୍ୟ ଓ ଅନୁମତି।

ଦର୍ଶନ ବ୍ୟବସ୍ଥା ନେଇ ଜିଲ୍ଲା ପ୍ରଶାସନ ଓ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଏସଓପି ଜାରି ହୋଇଛି । ସେବାୟତ ହୁଅନ୍ତୁ କି ପୁରୀ ବାସିନ୍ଦା, ସମସ୍ତଙ୍କ ପାଇଁ ପରିଚୟପତ୍ର ବାଧ୍ୟତାମୂଳକ କରାଯାଇଛି । ସେବାୟତ ପରିବାରର ଲୋକମାନେ ନିଜ ନିଜର ସ୍ୱାସ୍ଥ୍ୟବୀମା କାର୍ଡ ସାଙ୍ଗରେ ଆଣି ଆସିବାକୁ କୁହାଯାଇଥିଲା । ଏହା ନଥିଲେ ଅନ୍ୟ ପରିଚୟପତ୍ର ଦେଖାଇବାକୁ ପଡ଼ିବ ବୋଲି ମଧ୍ୟ ନିର୍ଦ୍ଦେଶନାମାରେ ଉଲ୍ଲେଖ ଥିଲା।

ଜାନୁଆରୀ ୩ରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ଜିଲ୍ଲା ବାହାର ଭକ୍ତମାନେ ଏହି ଦିନଠାରୁ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ତେବେ ପୁରୀ ବାହାରର ଭକ୍ତଙ୍କ ଲାଗି କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ୬୫ବର୍ଷରୁ ଅଧିକ ଓ ୧୦ବର୍ଷରୁ କମ୍ ପିଲାଙ୍କୁ କରୋନା ସଂକ୍ରମଣ ଦୃଷ୍ଟିରୁ ବର୍ତ୍ତମାନ ସମୟରେ ଦର୍ଶନ ପାଇଁ ବାରଣ କରାଯାଇଛି। ଜାନୁଆରୀ ୩ରୁ ଠାକୁରଙ୍କୁ ବଲ୍ଳଭ ଭୋଗ ପରଠୁ ରାତି ପହୁଡ଼ ଯାଏଁ ଦର୍ଶନ କରିବାକୁ ସୁଯୋଗ ମିଳିବ।

The post ଶ୍ରୀମନ୍ଦିର ସମ୍ମୁଖରେ ଡ୍ୟୁଟି କରୁଥିଲେ, ବିନା ଅନୁମତିରେ ପଶି ସସ୍‌ପେଣ୍ଡ ହେଲେ ୪ ANM appeared first on Odisha Reporter.



from Odisha Reporter https://ift.tt/2L0o0UT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages