ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଢ଼ିଲା କରୋନା କଟକଣା । କରୋନାର ନୂଆ ଷ୍ଟ୍ରେନକୁ ଦେଖି ସାରା ରାଜ୍ୟରେ ନାଇଟ କର୍ଫ୍ୟୁ ଲାଗୁ ହୋଇଛି । ଆଜି ରାତି ୧୦ଟାରୁ କାଲି ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି ସରକାର । ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା ।
ତେବେ ଏହି ନାଇଟ କର୍ଫ୍ୟୁରୁ ଅତ୍ୟାବଶ୍ୟକ ସେବା ବାଦ ପଡିବ। ଏହି ସମୟରେ ଅତ୍ୟାବଶ୍ୟକ ସେବା ଜାରି ରହିବ । ଜରୁରୀକାଳୀନ ସେବା ମଧ୍ୟ ପରିବହନ ହୋଇପାରିବ । କରୋନା ସ୍ଥିତି ଏବଂ ନୂଆବର୍ଷ ଓ ଜିରୋ ନାଇଟକୁ ଆଖି ଆଗରେ ରଖି ରାଜ୍ୟ ସରକାର ଏହି କଟକଣା ଜାରି କରିଛନ୍ତି । ଏଥିରେ ସହଯୋଗ କରିବା ପାଇଁ ରାଜ୍ୟବସୀଙ୍କୁ ଏସ୍ଆରସି ନିବେଦନ କରିଛନ୍ତି ।
Govt of Odisha imposing Night curfew from 10pm of tonight to 5AM tomorrow morning across the state. General public requested to cooperate. All essential services& movements are allowed to continue during curfew hours. @CMO_Odisha @IPR_Odisha @SecyChief @odisha_police @SRC_Odisha
— Pradeep Jena IAS (@PradeepJenaIAS) December 31, 2020
ଓଡ଼ିଶା ପୂର୍ବରୁ ନୂଆବର୍ଷକୁ ଆଖି ଆଗରେ ରଖି ଦିଲ୍ଲୀ, ମହାରାଷ୍ଟ୍ର, କର୍ଣ୍ଣାଟକ, ଗୋଆ, ଉତ୍ତର ପ୍ରଦେଶ ମଧ୍ୟ ନାଇଟ କର୍ଫ୍ୟୁ ଲାଗୁ କରିସାରିଛନ୍ତି। ବିଶେଷକରି ଦିଲ୍ଲୀ ଓ ମହାରାଷ୍ଟ୍ରରା ଦୁଇ ଦିନିଆ ନାଇଟ କର୍ଫ୍ୟୁ ଲାଗୁ କରାଯାଇଛି । ଡିସେମ୍ବର ୩୧ ତାରିଖ ରାତି ୧୧ଟାରୁ ଜାନୁଆରୀ ୧ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ସ୍ଥାନରେ ଲୋକେ ଏକାଠି ହୋଇପାରିବେ ନାହିଁ। ଏହାବ୍ୟତୀତ ଜାନୁଆରୀ ୧ ତାରିଖ ରାତି ୧୧ଟାରୁ ୨ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ମଧ୍ୟ ସାର୍ବଜନୀନ ସ୍ଥାନରେ ଲୋକେ ଜମା ନହେବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।
The post ଆଜି ସାରା ରାଜ୍ୟରେ ‘ନାଇଟ କର୍ଫ୍ୟୁ’ appeared first on Odisha Reporter.
from Odisha Reporter https://ift.tt/3of1AxK
No comments:
Post a Comment