ମେଷ: ସ୍ଵ।ସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଭଲ ରହିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଅପେକ୍ଷା କରିଥିବା କାମର ଶୁଭ ସୂଚନା ମିଳିବ।
ବୃଷ: ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ।
ମିଥୁନ: ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ମନରେ ଭୟ, ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ନିଜ ପରିଶ୍ରମରେ ସଫଳତା ପାଇବେ।
କର୍କଟ: ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ବୃଦ୍ଧି ପାଇବ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ।
ସିଂହ: ଶୁଭ ସୂଚନା ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ।ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ।ମିତ୍ରଙ୍କ ଦ୍ୱାରା ସହାୟତା ପାଇ ଆୟ ଉପାର୍ଜନ ବୃଦ୍ଧି ହେବ।
କନ୍ୟା: ସାମାଜିକ ପତିଆରା ଅମଳିନ ରହିବ।ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବନାହିଁ।ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଉନ୍ନତି ହେବ।
ତୁଳା:ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ।ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ।
ବିଛା: କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରି ନେବେ।
ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ।
ଧନୁ: ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟ ପୂରଣ ଆଡକୁ ଆଗେଇ ପାରିବେ।ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀ ହେବ।ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିପାରିବେ।
ମକର:ସ୍ଵ।ସ୍ଥ୍ୟରେ ସୁଧାର ଆସିବା ସହ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ହେଲେ ଋଣ ଭରଣାରେ ସହଜ ହେବ।ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ।
କୁମ୍ଭ: ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ।ସହନଶୀଳତା ଯୋଗେ ଯଶ ମିଳିବ।ବାସସ୍ଥାନ ବା ଯାନବାହନର ନବୀକରଣ କରିପାରନ୍ତି।
ମୀନ: ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ।ନିଜ ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ।
ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ।
The post ୧୨ ଡିସେମ୍ବର, ଶନିବାର; ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ appeared first on Odisha Reporter.
from Odisha Reporter https://ift.tt/3gEbeao
No comments:
Post a Comment