୩୫୦ରୁ କମ୍ କରୋନା ଆକ୍ରାନ୍ତ ଚିହ୍ନଟ, ୩ ଜିଲ୍ଲାରେ କେହି ନାହାନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 11, 2020

୩୫୦ରୁ କମ୍ କରୋନା ଆକ୍ରାନ୍ତ ଚିହ୍ନଟ, ୩ ଜିଲ୍ଲାରେ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୩୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୯୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୨ଟି ହେଉଛି ଲୋକାଲ୍ କେସ୍‌।

୨୭ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୨ ଜଣ ରହିଛନ୍ତି। ଏହା ପଛକୁ ଖୋର୍ଦ୍ଧା ଜିଲ୍ଲା ରହିଛି। ଏଠାରେ ୩୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରେ ୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରେ ୨୬, ବରଗଡ଼ରେ ୮, ଭଦ୍ରକରେ ୮, ବଲାଙ୍ଗିରରେ ୧୧, ବୌଦ୍ଧରେ ଜଣେ, କଟକରେ ୨୦, ଦେବଗଡ଼ରେ ଜଣେ, ଢେଙ୍କାନାଳରେ ୫, ଗଞ୍ଜାମରେ ୭, ଜଗତସିଂହପୁରରେ ୭, ଯାଜପୁରରେ ୯, ଝାରସୁଗୁଡ଼ାରେ ୨୫, କଳାହାଣ୍ଡିରେ ୨, କେନ୍ଦ୍ରାପଡ଼ାରେ ୫, କେନ୍ଦୁଝରରେ ୧୪, କୋରାପୁଟରେ ଜଣେ, ମାଲକାନଗିରିରେ ୨, ମୟୂରଭଞ୍ଜରେ ୨୯, ନବରଙ୍ଗପୁରରେ ୪, ନୟାଗଡ଼ରେ ଜଣେ, ନୂଆପଡ଼ାରେ ୭, ପୁରୀରେ ୧୫, ରାୟଗଡ଼ାରେ ୨ ଓ ସମ୍ବଲପୁରରେ ୧୦ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତି, କନ୍ଧମାଳ ଓ ସୁବର୍ଣ୍ଣପୁର ଜିଲ୍ଲାରୁ କେହି ନାହାନ୍ତି।

୩୩୫ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୩୬୪ରେ ପହଞ୍ଚିଥିବା ବେଳେ ୩,୧୮,୨୭୮ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୨୩୧ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୦୨ରେ ପହଞ୍ଚି ଯାଇଛି।

The post ୩୫୦ରୁ କମ୍ କରୋନା ଆକ୍ରାନ୍ତ ଚିହ୍ନଟ, ୩ ଜିଲ୍ଲାରେ କେହି ନାହାନ୍ତି appeared first on Odisha Reporter.



from Odisha Reporter https://ift.tt/37UOI9o

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages