ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 31, 2020

ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ନେଇଛନ୍ତି ବରିଷ୍ଠ ଆଇଏଏସ୍ ଅଫିସର ସୁରେଶ କୁମାର ମହାପାତ୍ର।

୧୯୮୬ ବ୍ୟାଚ୍‌ର ଆଇଏଏସ୍ ଅଫିସର ଶ୍ରୀ ମହାପାତ୍ରଙ୍କୁ ଡିସେମ୍ବର ୨୫ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା। ଗତକାଲି ଅସିତ କୁମାର ତ୍ରିପାଠୀ ଅବସର ନେବା ପରେ ଆଜି ସେ ଏହି ଦାୟିତ୍ୱ ନେଇଛନ୍ତି।

ସୂଚନାଯୋଗ୍ୟ, ଶ୍ରୀ ମହାପାତ୍ର ରାଜ୍ୟ ସରକାରଙ୍କର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିଛନ୍ତି। ସେ ଏକାଧିକ ଜିଲ୍ଲାର ଜିଲ୍ଲାପାଳ ରହିଥିଲେ। ସେ ଜଳ ସଂପଦ, ଜଙ୍ଗଲ ଓ ପରିବେଶ, ଶକ୍ତି, ଗୃହ, କୃଷି ଓ ଶିଳ୍ପ ଭଳି ପ୍ରମୁଖ ବିଭାଗ ଗୁଡ଼ିକରେ କାର୍ଯ୍ୟ କରିଛନ୍ତି। ଉନ୍ନୟନ କମିଶନର ଭାବେ କାର୍ଯ୍ୟ କରିବା ସହିତ ବହୁ ସମୟ ଧରି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମଧ୍ୟ ତୁଳାଇଛନ୍ତି।

ନୂଆ ଉନ୍ନୟନ କମିଶନର ଭାବେ ନିଯୁକ୍ତି ପାଇଥିବା ୧୮୮୯ ବ୍ୟାଚ୍‌ର ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ମଧ୍ୟ ଆଜି ତାଙ୍କ ଦାୟିତ୍ୱ ଗ୍ରହଣ କରିଛନ୍ତି। ୯ଜଣ ବରିଷ୍ଠ ଆଇଏଏସଙ୍କୁ ପଛରେ ପକାଇ ସେ ଏହି ପଦରେ ନିଯୁକ୍ତି ପାଇଛନ୍ତି।  

ଅନ୍ୟପକ୍ଷରେ ଚାକିରିରୁ ଅବସର ନେଇଥିବା ଅସିତ କୁମାର ତ୍ରିପାଠୀଙ୍କୁ ସରକାର ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ମଧ୍ୟ ସେ କାର୍ଯ୍ୟ କରିବେ। ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, କୃଷି ବ୍ୟବସାୟ ଓ ଶିଳ୍ପ କ୍ଷେତ୍ରରେ ସେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରିବେ।

The post ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ appeared first on Odisha Reporter.



from Odisha Reporter https://ift.tt/3nbb5gs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages