ବାଲେଶ୍ୱର, ମୟୂରଭଞ୍ଜରେ ଭୂକମ୍ପ ଝଟକା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 3, 2020

ବାଲେଶ୍ୱର, ମୟୂରଭଞ୍ଜରେ ଭୂକମ୍ପ ଝଟକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ବିଳମ୍ବିତ ରାତିରେ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ତେବେ ଏଥିରେ କିଛି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି।

ଗତକାଲି ରାତି ପ୍ରାୟ ୨ଟା ୧୩ରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୯ ଥିଲା ବୋଲି ଜାତୀୟ ଭୂକମ୍ପ  କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବାରିପଦା ସହର ସମେତ ବଡ଼ସାହି, ଖୁଣ୍ଟା, ବେତନଟୀ, ମାଣତ୍ରି ଓ ଉଦଳା ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି।

ତୀବ୍ରତା କମ୍ ଥିବାରୁ କେବଳ ଝଟକା ଅନୁଭୂତ ହୋଇଛି । କିନ୍ତୁ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ । ଭୂକମ୍ପ ଝଟକା ଅନୁଭବ କରିବା ମାତ୍ରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ।

କେବଳ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ନୁହେଁ ଉତ୍ତରାଖଣ୍ଡର ରାଜ୍ୟର କେତେକ ସ୍ଥାନରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ଜଣାଯାଇଛି।

The post ବାଲେଶ୍ୱର, ମୟୂରଭଞ୍ଜରେ ଭୂକମ୍ପ ଝଟକା appeared first on Odisha Reporter.



from Odisha Reporter https://ift.tt/36DxyNQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages