ତ୍ରାହି ଅଚ୍ୟୁତ ଆଶ୍ରମର ପ୍ରତିଷ୍ଠାତା ସୁର ବାବାଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 6, 2020

ତ୍ରାହି ଅଚ୍ୟୁତ ଆଶ୍ରମର ପ୍ରତିଷ୍ଠାତା ସୁର ବାବାଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତ୍ରାହି ଅଚ୍ୟୁତ ଆଶ୍ରମର ପ୍ରତିଷ୍ଠାତା ସୁର ବାବାଙ୍କ ଦେହାନ୍ତ ହୋଇଯାଇଛି। ଗତକାଲି ରାତିରେ ତାଙ୍କର ପରଲୋକ ହୋଇଛି। ଅସୁସ୍ଥତା ଯୋଗୁଁ କିଛି ଦିନ ହେଲା ରାଜଧାନୀର ଏକ ଘରୋଇ ହସପିଟାଲରେ ସେ ଚିକିତ୍ସିତ ହେଉଥିଲେ। ଆଉ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ରାଜଧାନୀ ଉପକଣ୍ଠ ଝିଇଁଣ୍ଟି ଶାସନସ୍ଥିତ ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁର ବାବା ଓରଫ ସୁରେନ୍ଦ୍ର ମିଶ୍ର ୨୦୧୫ରେ ଗିରଫ ହୋଇଥିଲେ।  ଆଶ୍ରମରେ କେଳେଙ୍କାରୀ ନେଇ ୨୦୧୫ ଅଗଷ୍ଟ ୩୧ରେ ତାଙ୍କୁ ଗିରଫ କରାଯାଇଥିଲା। ତାଙ୍କର ଦୁଇ ପୁଅ ତ୍ରିଲୋଚନ ଓ ବିରଞ୍ଚିଙ୍କୁ ମଧ୍ୟ ପୁଲିସ୍ ଗିରଫ କରିଥିଲା।

ଆଶ୍ରମ ନାଁରେ ଜମି ଜବରଦଖଲ, ସମ୍ପତ୍ତି ହଡ଼ପ, ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଓ ମହିଳାଙ୍କୁ ବ୍ଲାକ୍‌ମେଲ କରି ଯୌନ ନିର୍ଯାତନା ଦେବା ଆଦି ବିଭିନ୍ନ ସଙ୍ଗୀନ ଅଭିଯୋଗ ଥିଲା ତାଙ୍କ ନାଁରେ। ଚଢାଉ ବେଳେ ତ୍ରାହି ଅଚ୍ୟୁତ ଆଶ୍ରମରୁ ୨ଟି ପିସ୍ତଲ ଓ ୩ଟି ୯ଏମ୍ଏମ୍ ଗୁଳି ଜବତ ହୋଇଥିଲା।

ଏହାସହ ଆଶ୍ରମରୁ କୋଟି କୋଟି ଟଙ୍କାର ସମ୍ପତ୍ତି ସହ ନଗଦ ଟଙ୍କା ପାଇଥିଲା ପୁଲିସ୍‌ ଓ ଅର୍ଥନୈତିକ ଅପରାଧ ଶାଖା। ଯାହାକୁ ନେଇ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା।

ଗିରଫ ହେବାର ଅଢ଼େଇ ବର୍ଷ ପରେ ୨୦୧୭ରେ ସୁପ୍ରିମକୋର୍ଟରୁ ଜାମିନ୍ ପାଇ ଜେଲ୍‌ରୁ ମୁକୁଳିଥିଲେ ସୁରବାବା।

The post ତ୍ରାହି ଅଚ୍ୟୁତ ଆଶ୍ରମର ପ୍ରତିଷ୍ଠାତା ସୁର ବାବାଙ୍କ ପରଲୋକ appeared first on Odisha Reporter.



from Odisha Reporter https://ift.tt/3n2ikrq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages