ଥରୁଛି ଓଡ଼ିଶା, ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 8, 2020

ଥରୁଛି ଓଡ଼ିଶା, ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ ବଢୁଛି ଶୀତ । ଗତ ୨୪ ଘଣ୍ଟା ମଧ୍ୟରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରାୟ ସବୁ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧୨ରୁ ୧୪ ଡିଗ୍ରୀ ମଧ୍ୟରେ ରହିଥିଲା । ହେଲେ ଉପକୂଳ ଓଡିଶାରେ ସର୍ବନିମ୍ନ ତାପମାତ୍ରା ୧୬ରୁ ୧୯ ଡିଗ୍ରୀ ମଧ୍ୟରେ ଥିଲା ।

ଆସନ୍ତା ୫ ଦିନ ପାଇଁ ଓଡିଶାର ସମସ୍ତ ଜିଲ୍ଲାର ପାଗ ମୁଖ୍ୟତ ଶୁଖିଲା ରହିବ  । କଳାହାଣ୍ଡି, କନ୍ଧମାଳ, ରାୟଗଡା, ବୌଦ୍ଧ, ସୋନପୁର, କୋରାପୁଟ, ନବରଙ୍ଗପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହେବା ସମ୍ଭାବନା ରହିଛି  । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

The post ଥରୁଛି ଓଡ଼ିଶା, ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ appeared first on Odisha Reporter.



from Odisha Reporter https://ift.tt/3mXYAFu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages