ରାଜ୍ୟରେ ଆଖି ବୁଜିଲେ ୫ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 2, 2020

ରାଜ୍ୟରେ ଆଖି ବୁଜିଲେ ୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଧିରେ ଧିରେ କମୁଛି କରୋନା ପ୍ରକୋପ। ମୃତ୍ୟୁ ସଂଖ୍ୟା ବି ଏବେ ନିୟନ୍ତ୍ରଣରେ ରହିଛି। ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି । ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୫ରେ ପହଞ୍ଚିଯାଇଛି।

୫ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ୩ ଜଣ ଥିବା ବେଳେ ଭୁବନେଶ୍ୱରରୁ ଜଣେ ଓ ନୟାଗଡ଼ରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଗଞ୍ଜାମରେ ୩ ମୃତକଙ୍କ ମଧ୍ୟରେ ଜଣେ ୫୯ ବର୍ଷୀୟା ମହିଳା ଥିବା ବେଳେ ଜଣେ ୮୨ ବର୍ଷୀୟ ବୃଦ୍ଧ ଓ ଜଣେ ୫୪ ବର୍ଷ ବୟସ୍କ ବ୍ୟକ୍ତି ଅଛନ୍ତି। ସେମାନଙ୍କ  ମଧ୍ୟରୁ ମୃତ ୨ ପୁରୁଷ ଡାଇବେଟିସ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିବା ବେଳେ ମହିଳାଜଣକ କେବଳ ମଧୁମେହରେ ପୀଡ଼ିତ ଥିଲେ।

ଭୁବନେଶ୍ୱରରେ ଜଣେ ୫୭ ବର୍ଷ ବୟସ୍କ ବ୍ୟକ୍ତିଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ସେ ଡାଇବେଟିସରେ ପୀଡ଼ିତ ଥିଲେ।  ଏହାବ୍ୟତୀତ ନୟାଗଡ଼ର ଜଣେ ୫୨ ବର୍ଷ ବୟସ୍କ ବ୍ୟକ୍ତିଙ୍କର କରୋନାଜନିତ ମୃତ୍ୟୁ ହୋଇଛି।

The post ରାଜ୍ୟରେ ଆଖି ବୁଜିଲେ ୫ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2JFZJTy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages