କୁହୁଡ଼ିରୁ ନିସ୍ତାର ନାହିଁ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 11, 2020

କୁହୁଡ଼ିରୁ ନିସ୍ତାର ନାହିଁ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରେ ଆଜି ସକାଳେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । କୁହୁଡ଼ି ଯୋଗୁଁ ଯାତାୟତ ବାଧା ପ୍ରାପ୍ତ ହୋଇଛି । ଭଲଭାବେ ରାସ୍ତା ଦୃଶ୍ୟମାନ ହେଉ ନଥିବାରୁ ଯାତ୍ରୀମାନ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ତେବେ ଆସନ୍ତା ୩ ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏଭଳି ଘନ କୁହୁଡ଼ି ଲାଗି ରହିବ। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଉପକୂଳ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ପଡ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟାରେ ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଆଦି ୮ଟି ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବା ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

The post କୁହୁଡ଼ିରୁ ନିସ୍ତାର ନାହିଁ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ appeared first on Odisha Reporter.



from Odisha Reporter https://ift.tt/3gEPJ9j

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages