ମାଲକାନଗିରି (ଓଡ଼ିଶା ରିପୋର୍ଟର): ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳରେ ପୁଲିସ୍ ସହିତ ଗୁଳିବିନିମୟ ବେଳେ ୨ ଜଣ ନକ୍ସଲ ନିହତ ହୋଇଥିବା ଜଣାପଡ଼ିଛି। ନିହତ ନକ୍ସଲଙ୍କ ମଧ୍ୟରେ ଜଣେ ମହିଳା ମଧ୍ୟ ଅଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାରଣରେ ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି।
ନକ୍ସଲ କ୍ୟାମ୍ପ ଚାଲିଥିବା ଖବର ପାଇ ଏସ୍ଓଜି ଓ ଡିଭିଏଫ୍ ପକ୍ଷରୁ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ୍ କରାଯାଇଥିଲା। ଏହି ସର୍ଚ୍ଚ ଅପରେସନ୍ ବେଳେ ନକ୍ସଲଙ୍କ ସହିତ ସେମାନଙ୍କର ମୁହାଁମୁହିଁ ହୋଇଥିଲା। ଏଥିରେ ଦୁଇ ନକ୍ସଲ ନିହତ ହୋଇଥିବା ବେଳେ ଏସ୍ଓଜି ଓ ଡିଭିଏଫ୍ ପକ୍ଷରୁ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।
ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
The post ସ୍ୱାଭିମାନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ନକ୍ସଲ ନିହତ appeared first on Odisha Reporter.
from Odisha Reporter https://ift.tt/37bxipG
No comments:
Post a Comment