୨୭ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 20, 2020

୨୭ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୨୦୮ ଜଣ କ୍ବାରେଣ୍ଟାଇନ୍ରେ ଥିଲେ। ବାକି ୧୫୫ଟି ହେଉଛି ଲୋକାଲ୍ କେସ୍।

୩୬୩ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୦ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ୨୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨୦, ବରଗଡ଼ରୁ ୧୧, ଭଦ୍ରକରୁ ୭, ବଲାଙ୍ଗିରରୁ ୮, ବୌଦ୍ଧରୁ ୩, କଟକରୁ ୨୨, ଢେଙ୍କାନାଳରୁ ଜଣେ, ଗଜପତିରୁ ଜଣେ, ଗଞ୍ଜାମରୁ ୫, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୩, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୭, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୧୨, କୋରାପୁଟରୁ ଜଣେ, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୨, ନୂଆପଡ଼ାରୁ ୭, ପୁରୀରୁ ୨୭, ସମ୍ବଲପୁରରୁ ୩୫ ଓ ସୋନପୁରରୁ ଜଣେ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ ପୁଲରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୩୬୩ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୩,୨୬,୫୯୬ରେ ପହଞ୍ଚିଥିବା ବେଳେ ୩,୨୧,୬୪୭ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୦୫୭ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୩୯ରେ ପହଞ୍ଚିଛି।

The post ୨୭ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/2Wz4WzO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages