ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 27, 2020

ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂହ ରାୱତଙ୍କୁ ସୋମବାର ଦିଲ୍ଲୀର ଏମ୍ସ ହସ୍ପିଟାଲରେ ସ୍ଥାନାନ୍ତର କରାଯାଇଛି। ଛାତିରେ ସଂକ୍ରମଣ କାରଣରୁ ରବିବାର ମୁଖ୍ୟମନ୍ତ୍ରୀ ରାୱତଙ୍କୁ ଦିଲ୍ଲୀ ଅଣାଯାଇଥିଲା। ତେବେ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ଆଜି ତାଙ୍କୁ ଆଜି ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଏମ୍ସରେ ସେ ଡାକ୍ତରଙ୍କ ଅବଜରଭେସନରେ ରହିବେ।

ଏହା ପୂର୍ବରୁ ଡିସେମ୍ବର ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ରାୱତ କରୋନାରେ ଆକ୍ରାନ୍ତ ହୋଇଥିଲେ। ଯାହା ପରଠାରୁ ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସପ୍ତାହକ ତଳେ ଡାକ୍ତର ତାଙ୍କୁ ହୋମ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଥିଲେ। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନଥିଲା, ଯେଉଁକାରଣରୁ ତାଙ୍କୁ ପୁଣିଥରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରାୱତଙ୍କ ବ୍ୟତୀତ ତାଙ୍କ ପତ୍ନୀ ଓ ଝିଅ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ।

The post ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ appeared first on Odisha Reporter.



from Odisha Reporter https://ift.tt/3hltZ2A

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages