ଭୁବନେଶ୍ୱରର ୩୫ ବର୍ଷୀୟ ଯୁବକଙ୍କ ସମେତ ୪ ଜଣଙ୍କର ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 26, 2020

ଭୁବନେଶ୍ୱରର ୩୫ ବର୍ଷୀୟ ଯୁବକଙ୍କ ସମେତ ୪ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ପୁଣି ୪ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୬୧ରେ ପହଞ୍ଚିଛି।

୪ ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ସେ କଳାହାଣ୍ଡି ଜିଲ୍ଲାର ଓ ତାଙ୍କୁ ୪୫ ବର୍ଷ ହୋଇଥିଲା। ସେ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡ଼ିତ ଥିଲେ।

ଭୁବନେଶ୍ୱରରେ ଜଣେ ୩୫ ବର୍ଷୀୟ ଯୁବକଙ୍କର ମୃତ୍ୟୁ ଘଟିଛି। ତାଙ୍କର ଅନ୍ୟ କୌଣସି ସମସ୍ୟା ନଥିଲା। ସୁନ୍ଦରଗଡ଼ରେ ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ନୂଆପଡ଼ାରେ ଯେଉଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି, ତାଙ୍କୁ ୬୫ ବର୍ଷ ହୋଇଥିଲା। ସେ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡ଼ିତ ଥିଲେ।

ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୦ରେ ପହଞ୍ଚିଯାଇଥିବା ବେଳେ କଳାହାଣ୍ଡିରେ ୩୦, ସୁନ୍ଦରଗଡ଼ରେ ୧୬୫ ଓ ନୂଆପଡ଼ାରେ ୨୭ ହୋଇଛି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୫୦୪ ହୋଇଥିବା ବେଳେ ୩,୨୩,୭୪୯ ଜଣ ସୁସ୍ଥ ହୋଇଛନ୍ତି। ୨,୮୪୧ ଜଣ ଚିକିତ୍ସାଧୀନ ରହିଛନ୍ତି।

The post ଭୁବନେଶ୍ୱରର ୩୫ ବର୍ଷୀୟ ଯୁବକଙ୍କ ସମେତ ୪ ଜଣଙ୍କର ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/3mY6spW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages