ପୁଣି ୪୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୩ଟି ଜିଲ୍ଲାରେ କେହି ନାହାନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 3, 2020

ପୁଣି ୪୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୩ଟି ଜିଲ୍ଲାରେ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ୩୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୨ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ବୌଦ୍ଧ, ଗଜପତି ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ହେଲେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

ଅନୁଗୋଳ ଜିଲ୍ଲାରୁ ୨୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରରୁ ୧୬, ବରଗଡ଼ରୁ ୧୧, ଭଦ୍ରକରୁ ୯, ବଲାଙ୍ଗିରରୁ ୨, କଟକରୁ ୧୮, ଦେବଗଡ଼ରୁ ୨, ଢେଙ୍କାନାଳରୁ ୩, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୧, ଯାଜପୁରରୁ ୧୨, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୭, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୭, କେନ୍ଦୁଝରରୁ ୧୩, କୋରାପୁଟରୁ ୮, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୫, ନୟାଗଡ଼ରୁ ୬, ନୂଆପଡ଼ାରୁ ୧୪, ପୁରୀରୁ ୧୩, ରାୟଗଡ଼ାରୁ ୨, ସମ୍ବଲପୁରରୁ ୮, ସୋନପୁରରୁ ୪ ଓ ସୁନ୍ଦରଗଡ଼ରୁ ୪୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି।

୩୭୭ ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ରେ ପହଞ୍ଚି ଯାଇଛି। ତେବେ ସେମାନଙ୍କ ମଧ୍ୟରୁ ୩,୧୪,୦୨୩ ସୁସ୍ଥ ହୋଇସାରିଥିବା ବେଳେ ୪,୫୫୮ ଜଣ ଚିକିତ୍ସାଧୀନ ରହିଛନ୍ତି। ସେହିପରି କରୋନାରେ ଆକ୍ରାନ୍ତଙ୍କ ହୋଇ ୧୭୬୦ ଜଣଙ୍କ ମୃତ୍ୟୁ ଘଟିଛି।

The post ପୁଣି ୪୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୩ଟି ଜିଲ୍ଲାରେ କେହି ନାହାନ୍ତି appeared first on Odisha Reporter.



from Odisha Reporter https://ift.tt/2KYc7yG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages