ସକାଳୁ ସକାଳୁ ଭୟଙ୍କର ସଡ଼କ ଦୁର୍ଘଟଣା, ଚାଲିଗଲା ୮ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 15, 2020

ସକାଳୁ ସକାଳୁ ଭୟଙ୍କର ସଡ଼କ ଦୁର୍ଘଟଣା, ଚାଲିଗଲା ୮ ଜୀବନ

ସମ୍ଭଲ: ଉତ୍ତର ପ୍ରଦେଶର ସମ୍ଭଲର ଧନାରୀ ଥାନା ନିକଟସ୍ଥ ଏନଏଚ୍-୫୦୯ରେ ଘଟିଛି ଭୟଙ୍କର ଦୁର୍ଘଟଣା। ଯେଉଁଥିରେ ଚାଲିଯାଇଛି ୮ ଜୀବନ। ବୁଧବାର ଭୋରରୁ ଏକ ରୋଡୱେଜ୍ ବସ୍ ଓ ଟ୍ୟାଙ୍କରର ମୁହାଁମୁହିଁ ଧକ୍କା ହୋଇଛି। ଏହି ଧକ୍କା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ଜଣ ଗୁରୁତର ଆହତ ହୋଇଛନ୍ତି।

ଆହତଙ୍କୁ ଅଲଗା ଅଲଗା ହସ୍ପିଟଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଡିଏମ୍ ଓ ଏସପି ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଦୁର୍ଘଟଣା ହେବା ଦ୍ୱାରା ହାଇୱେରେ ପ୍ରବଳ ଭିଡ଼ ହୋଇଛି। ଜିଲ୍ଲା ପ୍ରଶାସନ ରିପୋର୍ଟ ମୁତାବକ, ଏପର୍ଯ୍ୟନ୍ତ ୮ଜଣଙ୍କର ମୃତ୍ୟୁ ହୋଇଛି। ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି।

ଏହି ଦୁର୍ଘଟଣା ଏତେ ଜୋରଦାର ହୋଇଥିଲା ଯେ ରୋଡୱେଜ୍ ବସର ଗୋଟିଏ ସାଇଡ୍ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇପଡ଼ିଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି। ସେ ଅଧିକାରୀଙ୍କୁ ତୁରନ୍ତ ଉଦ୍ଧାର କାର୍ଯ୍ୟ ତ୍ୱରାନିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ମାଗଣାରେ ଚିକିତ୍ସା କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

The post ସକାଳୁ ସକାଳୁ ଭୟଙ୍କର ସଡ଼କ ଦୁର୍ଘଟଣା, ଚାଲିଗଲା ୮ ଜୀବନ appeared first on Odisha Reporter.



from Odisha Reporter https://ift.tt/3nnavgg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages