ଖୋଲିବ ଯୁକ୍ତ ୨ କଲେଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 4, 2020

ଖୋଲିବ ଯୁକ୍ତ ୨ କଲେଜ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୁବ୍ ଶୀଘ୍ର ଖୋଲିବ ଯୁକ୍ତ୨ କଲେଜ । ଏଥିପାଇଁ ସଜବାଜ ହେଉଛନ୍ତି ସରକାର । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ରାଜ୍ୟର ସମସ୍ତ ଯୁକ୍ତ୨ କଲେଜ କ୍ୟାମ୍ପସକୁ ବିଶୋଧନ ଓ ସଫା କରିବାକୁ ସରକାରୀ ଓ ଘରୋଇ କଲେଜ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

କଲେଜର ଲାବୋରେଟାରୀ, କ୍ଲାସ୍ ରୁମ୍, ଶୌଚାଳୟ, ପିଇବା ପାଣି ଏବଂ ଅନ୍ୟାନ୍ୟ ଉପକରଣ ପ୍ରସ୍ତୁତ ରଖିବା ସହ ଏସବୁ କୋଭିଡ୍ ପୂର୍ବ ସ୍ଥିତିକୁ ଫେରାଇ ଆଣିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଚିଠି ଲେଖିଛନ୍ତି । ପ୍ରସ୍ତୁତି ନେଇ ସପ୍ତାହେ ମଧ୍ୟରେ ରିପୋର୍ଟ ଦେବାକୁ ଚିଠିରେ ନିର୍ଦ୍ଦେଶ ରହିଛି । କୋଭିଡ-୧୯ ଯୋଗୁଁ ଗତ ମାର୍ଚ୍ଚରୁ କଲେଜରେ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି।

ପୂର୍ବରୁ କେଲଜ କେବେ ଖୋଲିବ ସେ ନେଇ ରାଜ୍ୟ ସରକାର ଦୋ-ଛକିରେ ଥିଲେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବି କଲେଜ ଖୋଲିବା ନେଇ ଦ୍ୱନ୍ଦ୍ୱ ରହିଥିଲା । ଏବେ ତାହା ଦୂର ହୋଇଛି । ଖୁବଶୀଘ୍ର କଲେଜ ଖୋଲିବା ନେଇ ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି । ତେବେ ସ୍କୁଲ କେବେ ଖୋଲିବ ସେ ନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ ।

The post ଖୋଲିବ ଯୁକ୍ତ ୨ କଲେଜ appeared first on Odisha Reporter.



from Odisha Reporter https://ift.tt/2JSgaMl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages