୨୬ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜିଲ୍ଲାରେ ଶୂନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 26, 2020

୨୬ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜିଲ୍ଲାରେ ଶୂନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୭୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୩୧ଟି ହେଉଛି ଲୋକାଲ୍ କେସ୍‌।

୨୬ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନଙ୍କ ଚିହ୍ନଟ କରାଯାଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧ ଜଣ ଅଛନ୍ତି।
ଅନୁଗୋଳ ଜିଲ୍ଲାରୁ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬, ବରଗଡ଼ରୁ ୯, ଭଦ୍ରକରୁ ୪, ବଲାଙ୍ଗିରରୁ ୧୮, ବୌଦ୍ଧରୁ ଜଣେ, କଟକରୁ ୧୬, ଦେବଗଡ଼ରୁ ୨, ଢେଙ୍କାନାଳରୁ ୨, ଗଜପତିରୁ ଜଣେ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୫, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ୫, କେନ୍ଦ୍ରାପଡ଼ାରୁ ୩୧, କେନ୍ଦୁଝରରୁ ୨୩, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୬, ନୂଆପଡ଼ାରୁ ୧୧, ପୁରୀରୁ ଜଣେ, ସମ୍ବଲପୁରରୁ ୨୨, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୩୦ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ୪ଟି ଜିଲ୍ଲାରୁ ଜଣେ ହେଲେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ସେହି ଜିଲ୍ଲା ଗୁଡ଼ିକ ହେଉଛି- କନ୍ଧମାଳ, ମାଲକାନଗିରି, ରାୟଗଡ଼ା ଓ କଳାହାଣ୍ଡି।

୩୦୩ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୫୦୪ ହୋଇଥିବା ବେଳେ ୩,୨୩,୭୪୯ ଜଣ ସୁସ୍ଥ ହୋଇଛନ୍ତି। ୨,୮୪୧ ଜଣ ଚିକିତ୍ସାଧୀନ ରହିଛନ୍ତି। ସେହିଭଳି ୧,୮୬୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।

The post ୨୬ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜିଲ୍ଲାରେ ଶୂନ appeared first on Odisha Reporter.



from Odisha Reporter https://ift.tt/37Prz9f

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages