୩ରୁ ଖୋଲିବ ଖୋର୍ଦ୍ଧା ଜିଲ୍ଲା ମନ୍ଦିର, ଦର୍ଶନ ସମୟରେ ରହିବ ୬ ଫୁଟ୍‌ର ସାମାଜିକ ଦୂରତା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 24, 2020

୩ରୁ ଖୋଲିବ ଖୋର୍ଦ୍ଧା ଜିଲ୍ଲା ମନ୍ଦିର, ଦର୍ଶନ ସମୟରେ ରହିବ ୬ ଫୁଟ୍‌ର ସାମାଜିକ ଦୂରତା

ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ସମେତ ପୁରୀ ଜିଲ୍ଲାର ବହୁ ଧର୍ମାନୁଷ୍ଠାନ ଖୋଲି ସାରିଥିବା ବେଳେ ଆସନ୍ତା ୩ ତାରିଖରେ ଖୋଲିବ  ଖୋର୍ଦ୍ଧା ଜିଲ୍ଲାର ମନ୍ଦିର ଓ ଅନ୍ୟ ଧର୍ମାନୁଷ୍ଠାନ। ଏନେଇ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି ।

କୋଭିଡ ନିୟମ ଅନୁସାରେ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବାକୁ ନିର୍ଦ୍ଦେଶ ହୋଇଛି।  ଭକ୍ତଙ୍କ ପ୍ରବେଶ ପୂର୍ବରୁ ସାନିଟାଇଜ୍ ହେବା ସହ ମାସ୍କ ବାଧ୍ୟତାମୂଳକ ରହିଛି । ଦର୍ଶନ ସମୟରେ ୬ ଫୁଟ୍‌ର ସାମାଜିକ ଦୂରତା ରଖାଯିବ।  ତେବେ କରୋନା ମହାମାରୀ ଦୃଷ୍ଟିରୁ ୬୫ ବର୍ଷରୁ ଅଧିକ ବୟସ୍କ ଲୋକ, ଗର୍ଭବତୀ ମହିଳା, ରୋଗାକ୍ରାନ୍ତ ବ୍ୟକ୍ତି ଏବଂ ୧୦ ବର୍ଷରୁ କମ୍ ପିଲାଙ୍କୁ ଧର୍ମାନୁଷ୍ଠାନ ନ ଯିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଭୁବନେଶ୍ୱର ମହାନଗର ନିଗମ ଅଧିନରେ ଥିବା ମନ୍ଦିରଗୁଡିକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଲାଗୁ ହେବ ନାହିଁ ।

The post ୩ରୁ ଖୋଲିବ ଖୋର୍ଦ୍ଧା ଜିଲ୍ଲା ମନ୍ଦିର, ଦର୍ଶନ ସମୟରେ ରହିବ ୬ ଫୁଟ୍‌ର ସାମାଜିକ ଦୂରତା appeared first on Odisha Reporter.



from Odisha Reporter https://ift.tt/3rlOJfg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages