୩୦୦କୁ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୪ ଜିଲ୍ଲାରୁ କେହି ନାହାନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 14, 2020

୩୦୦କୁ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୪ ଜିଲ୍ଲାରୁ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୦୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୨୬ଟି ଲୋକାଲ୍ କେସ୍‌।

ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୪, ବରଗଡ଼ରୁ ୧୧, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୧୨, କଟକରୁ ୨୦, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୩, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧୧, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୬, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୩୬, କୋରାପୁଟରୁ ୪, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୨, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୧୧, ପୁରୀରୁ ୧୯, ରାୟଗଡ଼ାରୁ ଜଣେ, ସୋନପୁରରୁ ଜଣେ ଓ ସମ୍ବଲପୁରରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ, ଗଜପତି, କନ୍ଧମାଳ ଓ ମାଲକାନଗିରିରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

୩୦୦ ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୩୮୯ରେ ପହଞ୍ଚିଥିବା ବେଳେ ୩,୧୯,୪୫୮ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୦୬୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୧,୮୧୫ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।

The post ୩୦୦କୁ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୪ ଜିଲ୍ଲାରୁ କେହି ନାହାନ୍ତି appeared first on Odisha Reporter.



from Odisha Reporter https://ift.tt/2LGfB9H

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages