ମାହାଙ୍ଗା ଡବଲ ମର୍ଡର: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଅଟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 4, 2021

ମାହାଙ୍ଗା ଡବଲ ମର୍ଡର: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଅଟକ

କଟକ (ଓଡ଼ିଶା ରିପୋର୍ଟର): ବିଜେପି ନେତା ତଥା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟା ଘଟଣାରେ କଟକ ଗ୍ରାମାଞ୍ଚଳ ପୁଲିସ୍ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଅଟକ ରଖିଛି। ପୁଲିସ୍ ସେମାନଙ୍କୁ କୌଣସି ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି।

ମିଳିଥିବା ସୂଚନା ଅନୂଯାୟୀ, ଅଭିଯୁକ୍ତମାନଙ୍କୁ ଧରିବା ପାଇଁ କଟକ ଗ୍ରାମାଞ୍ଚଳ ପୁଲିସ୍‌ ପକ୍ଷରୁ ୫ଟିମ୍ ଗଠନ କରାଯାଇଛି। ଏହି ଟିମ୍‌ ଗତକାଲି ରାତିରେ ମାହାଙ୍ଗର ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରି ଏହି ଅଭିଯୁକ୍ତମାନଙ୍କୁ ଉଠାଇଛି। ପଚରାଉଚରା ପରେ ଆଜି ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡ଼ିଛି। ସେହିଭଳି ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପୁଲିସ୍ ପକ୍ଷରୁ ଚଢ଼ାଉ ଜାରି ରହିଛି।

ଏହି ଘଟଣାରେ ମାହାଙ୍ଗ ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ନାଁ ବି ଉଠିଛି। ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ଏତଲାରେ ଯେଉଁ ୧୩ ଜଣଙ୍କ ନାଁ ଦେଇଛନ୍ତି, ସେଥିରେ ମନ୍ତ୍ରୀଙ୍କ ନାଁ ରହିଛି। ରମାକାନ୍ତଙ୍କ ଅଭିଯୋଗ ଅନୁଯାୟୀ, ମନ୍ତ୍ରୀ ଶ୍ରୀ ଜେନାଙ୍କ ଠାରୁ ସାହାସ ପାଇ ତଥା ତାଙ୍କ ନିର୍ଦ୍ଦେଶରେ ଏହି ରାଜନୈତିକ ହତ୍ୟାକାଣ୍ଡ କରାଯାଇଛି। ସେହିପରି ଗତକାଲି ଏତଲାରେ ଥିବା ଅଭିଯୁକ୍ତଙ୍କ ସହିତ ଆଇନ ମନ୍ତ୍ରୀଙ୍କ ଏକାଧିକ ଫଟୋ ସାମ୍ନାକୁ ଆସିଥିଲ, ଯାହା ଚର୍ଚ୍ଚାର ବିଷୟ ପାଲଟି ଥିଲା।

ଏହି ଘଟଣାକୁ ବିଜେପି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଥିବା ବେଳେ ଗତକାଲି ଦଳ କଟକ ଓ ମାହାଙ୍ଗାରେ ରାସ୍ତାକୁ ଓହ୍ଲାଇଥିଲା। ଏହା ସହିତ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ୪୮ ଘଣ୍ଟା ମହଲତ ଦେଇଛି ବିଜେପି। ନ ହେଲେ ସାରା ରାଜ୍ୟରେ ପ୍ରତିବାଦ କରିବ ବୋଲି କହିଛି। ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ କୌଣସି ସଭା କରିବାକୁ ଦିଆଯିବ ନାହିଁ ଦଳ ପକ୍ଷରୁ କୁହାଯାଇଛି। ସେହିପରି ଆଜି କଂଗ୍ରେସ ପକ୍ଷରୁ ଆଇନ ମନ୍ତ୍ରୀଙ୍କ ବାସଭବନ ଘେରାଉ କରାଯିବ।

ସୂଚନାଯୋଗ୍ୟ, ଶନିବାର ସାଲେପୁର ନଗର ମଣ୍ଡଳର ପ୍ରଭାରୀ କୁଳମଣି ବରାଳ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ସହିତ ବାଇକ୍‌ରେ ନୃତ୍ତାଙ୍ଗସ୍ଥିତ ନିଜ ଘରକୁ ଫେରୁଥିବାବେଳେ ଜଂକୋଟି ଗାଁ ପାଖରେ କିଛି ଦୁର୍ବୃତ୍ତ ସେମାନଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ। କୁଳମଣି ଓ ଦିବ୍ୟସିଂହ ବାଇକ୍‌ରୁ ପଡ଼ିଯିବା ପରେ ମାରଣାସ୍ତ୍ରରେ ଉଭୟଙ୍କ ମୁଣ୍ଡ ଓ ମୁହଁଙ୍କୁ ହାଣି ଦୁର୍ବୃତ୍ତମାନେ ପଳାଇଥିଲେ। ଉଭୟଙ୍କୁ ମାହାଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର କୁଳମଣିଙ୍କୁ ମୃତ ଘୋଷଣା କରିଥିଲେ। ଦିବ୍ୟସିଂହଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ବିଳମ୍ବିତ ରାତିରେ ସେଠାରେ ଦିବ୍ୟସିଂହଙ୍କର ମୃତ୍ୟୁ ଘଟିଥିଲା।

The post ମାହାଙ୍ଗା ଡବଲ ମର୍ଡର: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଅଟକ appeared first on Odisha Reporter.



from Odisha Reporter https://ift.tt/3pSKExs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages