କରୋନା ଟିକାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 1, 2021

କରୋନା ଟିକାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ: ଆଜି ସାରା ଦେଶରେ କରୋନା ଟିକାର ଡ୍ରାଏ ରନ୍ ଆରମ୍ଭ ହୋଇଯାଇଛି ।   ୧୧୬ ଜିଲ୍ଲାରେ ୨୫୯ଟି କେନ୍ଦ୍ରରେ ଟିକାର ଡ୍ରାଏ ରନ୍ ଚାଲିଛି । ଏହି ଅବସରରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ବଡ ଘୋଷଣା କରିଛନ୍ତି । ପ୍ରତ୍ୟେକ ଭାରତୀୟଙ୍କୁ ମାଗଣାରେ ଟିକା ଦିଆଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି।

ଏହି ସମୟରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ନିଜେ ଦିଲ୍ଲୀର ଜିଟିବି ହସ୍ପିଟାଲ ପହଁଚି ସ୍ଥିତି ସମୀକ୍ଷା କରିଛନ୍ତି । ଦେଶବାସୀ ଅଯଥା ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ ବୋଲି ହସ୍ପିଟାଲରୁ ବାହାରି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି । ଭ୍ୟାକସିନର ସୁରକ୍ଷା ସୁନିଶ୍ଚିତ କରିବା ସରକାରଙ୍କର ପ୍ରାଥମିକତା। ପୋଲିଓ ଭ୍ୟାକସିନ ଦେବାବେଳେ ମଧ୍ୟ ଅନେକ ଗୁଜବ ସୃଷ୍ଟି କରାଯାଉଥିଲା । କିନ୍ତୁ ଲୋକମାନେ ପୋଲିଓ ଟିକା ଲଗାଉଥିଲେ । ଏଥିପାଇଁ ଆଜି ଭାରତ ପୋଲିଓ ମୁକ୍ତ ହୋଇପାରିଛି ।


ଭାତର ସରକାର ଦେଶର ଲୋକଙ୍କୁ କରୋନା ମୁକ୍ତ ରଖିବା ପାଇଁ ଚାହୁଁଛନ୍ତି । ଭ୍ୟାକସିନର ବିକାଶ ଏବଂ ଟିକାକରଣ ଏହି ପ୍ରକ୍ରିୟାର ଏକ ଅଂଶ । ଏଥିପାଇଁ ଟିକାକୁ ନେଇ ପ୍ରଚାର କରାଯାଉଥିବା ଅଯଥା ଗୁଜବ ଉପରେ ବିଶ୍ୱାସ କରନ୍ତୁ ନାହିଁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି । ଏହି ଅଭିଯାନରେ ସମସ୍ତେ ସହଯୋଗ କରିବାକୁ ହର୍ଷବର୍ଦ୍ଧନ କହିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଆହୁରି କହିଛନ୍ତି ଯେ, ଗତ ଥର ୪ଟି ରାଜ୍ୟରେ ଡ୍ରାଏ ରନ୍ ହୋଇଥିଲା । ଏହାପରେ ଏସଓପିରେ କିଛିଟା ପରିବର୍ତ୍ତନ କରାଯାଇଛି । ଶନିବାର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଡ୍ରାଏ ରନ୍ କରୁଛନ୍ତି । ଟିକାକରଣ ବେଳେ ଯେମିତି ହେବାକଥା ସବୁକିଛି ଠିକ୍ ସେହିପରି ହେବ । ସୁରକ୍ଷିତ ବ୍ୟବସ୍ଥା ଗ୍ରହଣ କରାଯିବା ସହ ଡାଟା ଅପଲୋଡ୍ ବାବଦରେ ମଧ୍ୟ ସମୀକ୍ଷା କରାଯାଉଛି ବୋଲି ସେ କହିଛନ୍ତି ।

ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ କରୋନା ଭ୍ୟାକସିନର ଡ୍ରାଏ ରନ୍ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଡ୍ରାଏ ରନ୍ ବେଳେ ଟିକାକରଣ ଅଭିଯାନ ସହ ଜଡିତ ସମସ୍ତ ପ୍ରକ୍ରିୟାକୁ ପାଳନ କରାଯିବ। ୧୧୬ ଜିଲ୍ଲାର ୨୫୯ଟି ସ୍ଥାନରେ ଡ୍ରାଏ ରନ୍ ଚାଲିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଶନିବାର କହିଛି।

The post କରୋନା ଟିକାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା appeared first on Odisha Reporter.



from Odisha Reporter https://ift.tt/3bdu8o3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages