ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୭ରେ ପହଞ୍ଚି ଯାଇଛି।
ମୃତକ ଦ୍ୱୟ ସମ୍ବଲପୁର ଓ ସୁନ୍ଦରଗଡ଼ର। ଏହା ସହିତ ସମ୍ବଲପୁରରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭ରେ ପହଞ୍ଚିଥିବା ବେଳେ ସୁନ୍ଦରଗଡ଼ରେ ୧୬୯ ହୋଇଛି। ଖୋର୍ଦ୍ଧା ଜିଲ୍ଲାରେ ସବୁଠୁ ଅଧିକ ୩୨୬ ଜଣଙ୍କର ମୃତ୍ୟୁ ହୋଇଛି।
ଅନ୍ୟ ପକ୍ଷରେ ଲଗାତାର ତୃତୀୟ ଦିନରେ ଆଜି ବି ରାଜ୍ୟରେ ୨୦୦ରୁ କମ୍ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ୧୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୩୪ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ରୁ ୩, ବରଗଡ଼ରୁ ୧୦, ଭଦ୍ରକରୁ ୩, ବଲାଙ୍ଗିରରୁ ୧୪, ବୌଦ୍ଧରୁ ଜଣେ, କଟକରୁ ୯, ଗଞ୍ଜାମରୁ ୩, ଜଗତସିଂହପୁରରୁ ୪, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୪ , କେନ୍ଦୁଝରରୁ ୧୯, ଖୋର୍ଦ୍ଧାରୁ ୧୭, ମୟୂରଭଞ୍ଜରୁ ୧୧, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨, ନୂଆପଡ଼ାରୁ ୨, ପୁରୀରୁ ୯, ସମ୍ବଲପୁରରୁ ୯, ସୋନପୁରରୁ ୩ ଓ ସୁନ୍ଦରଗଡ଼ରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍ରୁ ୪ ଜଣ ଚିହ୍ନଟ ହୋଇଛନ୍ତି।
ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୬୯୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୨୬,୫୦୬ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୨୪୩ ଜଣ ଚିକିତ୍ସାଧୀନ ଅଛନ୍ତି।
The post ସମ୍ବଲପୁର ଓ ସୁନ୍ଦରଗଡ଼ରେ ଗଲା ଜୀବନ appeared first on Odisha Reporter.
from Odisha Reporter https://ift.tt/3ncUgBz
No comments:
Post a Comment