ଭୁବନେଶ୍ୱରର ୪୧ ବର୍ଷୀୟ ବ୍ୟକ୍ତିଙ୍କ ସମେତ ୪ ଜଣଙ୍କ ଜୀବନ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 2, 2021

ଭୁବନେଶ୍ୱରର ୪୧ ବର୍ଷୀୟ ବ୍ୟକ୍ତିଙ୍କ ସମେତ ୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୦ରେ ପହଞ୍ଚିଯାଇଛି।

୪ ମୃତକଙ୍କ ମଧ୍ୟରେ ଜଣେ ୪୧ ବର୍ଷୀୟ ବ୍ୟକ୍ତି ଅଛନ୍ତି। ସେ ଭୁବନେଶ୍ୱରର ବାସିନ୍ଦା ଥିଲେ। ତାଙ୍କର ଡାଇବେଟିସ୍ ସମ୍ବନ୍ଧୀୟ ସମସ୍ୟା ମଧ୍ୟ ରହିଥିଲା। ଖୋର୍ଦ୍ଧା ଜିଲ୍ଲାରୁ ଆଉ ଜଣେ ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତାଙ୍କୁ ୬୦ ବର୍ଷ ହୋଇଥିଲା।

ବଲାଙ୍ଗିର ଜିଲ୍ଲାରୁ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କର ଡାଇବେଟିସ୍ ଓ ଉଚ୍ଚ ରକ୍ତଚାପ ଭଳି ସମସ୍ୟା ରହିଥିଲା। କଟକ ଜିଲ୍ଲାରୁ ଜଣେ ୯୪ ବର୍ଷୀୟ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କର ଡାଇବେଟିସ୍ ସହିତ କିଡ୍ନୀ ସମ୍ବନ୍ଧୀୟ ସମସ୍ୟା ରହିଥିଲା। ତା’ସହିତ ତାଙ୍କର ଉଚ୍ଚ ରକ୍ତଚାପ ବି ଥିଲା।

ଆଉ ୨ ଜଣଙ୍କ ମୃତ୍ୟୁ ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୬ ହୋଇଛି। ସେହିଭଳି କଟକରେ ଏହି ସଂଖ୍ୟା ୧୪୦ରେ ପହଞ୍ଚିଥିବା ବେଳେ ବଲାଙ୍ଗିର ଜିଲ୍ଲାରେ ୪୦ ହୋଇଛି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୧୧୭ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୨୫,୭୩୩ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୪୫୧ ଜଣ ଚିକିତ୍ସାଧୀନ ଅଛନ୍ତି।

The post ଭୁବନେଶ୍ୱରର ୪୧ ବର୍ଷୀୟ ବ୍ୟକ୍ତିଙ୍କ ସମେତ ୪ ଜଣଙ୍କ ଜୀବନ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/3obqPBo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages