ଜିଲ୍ଲାପାଳଙ୍କ ପିଏଙ୍କ ମୃତ୍ୟୁ ଘଟଣା; ତଦନ୍ତ କରିବ କ୍ରାଇମବ୍ରାଞ୍ଚ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 28, 2021

ଜିଲ୍ଲାପାଳଙ୍କ ପିଏଙ୍କ ମୃତ୍ୟୁ ଘଟଣା; ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରିର ପୂର୍ବତନ ଜିଲ୍ଲାପାଳଙ୍କ ପିଏଙ୍କୁ ହତ୍ୟା ଅଭିଯୋଗ ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ । ପିଏ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି ।

ଦେବ ନାରାୟଣଙ୍କ ପତ୍ନୀ ବନଜା ପଣ୍ଡା ଏସଡିଜେଏମ୍ କୋର୍ଟରେ ଓଏନସିସି ଦାୟର କରିଛନ୍ତି । ସେ ଏସପିଙ୍କ ସମେତ ୬ଜଣ ପୁଲିସ୍ କର୍ମଚାରୀଙ୍କ ନାଁରେ ମାମଲା ଦାୟର କରିଛନ୍ତି।  ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ପରଠାରୁ ପରିବାରକୁ ପୁଲିସ୍‌ ଉପେକ୍ଷା କରିଚାଲିଥିବା ସେ ଅଭିଯୋଗ କରିଛନ୍ତି । ଏପରିକି ତଦନ୍ତରେ ବିଳମ୍ବ ସହ  ପୁଲିସ୍‌  ତାଙ୍କୁ ଧମକାଇ କେସ୍ ଉଠାଇନେବାକୁ ବାଧ୍ୟ କରାଯାଉଥିବା ସେ କୋର୍ଟରେ ଅଭିଯୋଗ କରିଛନ୍ତି । ଏଭଳି ୧୩ଟି ଅଭିଯୋଗରେ ଏସ୍‌ଡିଜେଏମ୍ କୋର୍ଟରେ ଏତଲା ଦିଆଯାଇଛି ।

ମାଲକାନଗିରିର ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ପିଏ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁରେ ଜିଲ୍ଲାପାଳଙ୍କ ବିରୋଧରେ କେସ୍ ରୁଜୁ ନହେବାରୁ କିଛି ଦିନ ତଳେ ପତ୍ନୀ କୋର୍ଟରେ ହାଜର ହୋଇ ଜିଲ୍ଲାପାଳଙ୍କ ସମେତ ଅନ୍ୟ ୩ ଜଣଙ୍କ ନାଁରେ ଏତଲା ଦେଇଥିଲେ । ସେତେବେଳେ କୋର୍ଟ ମାଲକାନଗିରି ପୁଲିସ୍‌କୁ  ତୁରନ୍ତ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ, ମାଲକାନଗିରି ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ ଦେବନାରାୟଣ ପଣ୍ଡାଙ୍କ ମୃତଦେହ ୨୦୧୯, ଡିସେମ୍ବର ୨୮ ତାରିଖରେ ସତୀଗୁଡ଼ା ଡ୍ୟାମ୍‌ରୁ ଉଦ୍ଧାର କରାଯାଇଥିଲା। ତା’ ପୂର୍ବଦିନ ଅଫିସ୍‌ରୁ ଘରକୁ ଫେରୁଥିବା ବେଳେ ଦେବନାରାୟଣ ନିଖୋଜ ହୋଇଯାଇଥିଲେ। ଏନେଇ ପରିବାର ଲୋକେ ମାଲକାନଗିରି ଥାନାରେ ଏତଲା ଦେଇଥିଲେ। ଏହାପରେ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଖୋଜାଖୋଜି କରି ସତୀଗୁଡ଼ା ଡ୍ୟାମ୍‌ରୁ ତାଙ୍କ ମୃତଦେହ ଉଦ୍ଧାର କରିଥିଲେ।

The post ଜିଲ୍ଲାପାଳଙ୍କ ପିଏଙ୍କ ମୃତ୍ୟୁ ଘଟଣା; ତଦନ୍ତ କରିବ କ୍ରାଇମବ୍ରାଞ୍ଚ appeared first on Odisha Reporter.



from Odisha Reporter https://ift.tt/36mpd0O

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages