କାଲି ବି କଲବଲ କରିବ କୁହୁଡ଼ି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 24, 2021

କାଲି ବି କଲବଲ କରିବ କୁହୁଡ଼ି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୩ ଦିନ ହେଲାଣି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଯୋଗୁ ଜୀବନଯାତ୍ରା ବ୍ୟାହତ ହେଉଛି । ଭୋରରୁ ଏତେ କୁହୁଡ଼ି ହେଉଛି ଯେ, ୫୦ ମିଟରରୁ ଅଧିକ ଦୂର ଦେଖି ହେଉନାହିଁ । ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କୁହୁଡ଼ିର ବହଳ ଆସ୍ତରଣ ଦେଖିବାକୁ ମିଳିଛି।   ଆସନ୍ତାକାଲି ଯାଏ ସକାଳୁ ଘନ କୁହୁଡ଼ିର ମାତ୍ରା ବୃଦ୍ଧି ନେଇ ସତର୍କ କରାଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଜି ନିମନ୍ତେ ଅନୁଗୁଳ ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ସୁନ୍ଦରଗଡ଼ ଏବଂ ବୌଦ୍ଧ ଜିଲ୍ଲାରେ ଘନ କୁହୁଡ଼ି ହେବ ବୋଲି ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ତେଣୁ ଆସନ୍ତା ୨ ଦିନ ସତର୍କ ରହିବାକୁ SRC ସୂଚନା ଜାରି କରିଛନ୍ତି। ଯେଉଁ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି, ସେଠାକାର ଜିଲ୍ଲାପାଳ ଓ ଏପସ୍‌ପିମାନେ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି। ବିଶେଷ କରି ଦୁର୍ଘଟଣା  ଏଡ଼ାଇବା ପାଇଁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ SRC ପରାମର୍ଶ ଦେଇଛନ୍ତି।

The post କାଲି ବି କଲବଲ କରିବ କୁହୁଡ଼ି appeared first on Odisha Reporter.



from Odisha Reporter https://ift.tt/2MfWG5H

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages