ଲଗାତାର ତୃତୀୟ ଦିନ ପାଇଁ ୨୦୦ରୁ କମ୍ ଆକ୍ରାନ୍ତ ଚିହ୍ନଟ, ୧୯୦୦ ଛୁଇଁଲା ମୃତ୍ୟୁ ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 16, 2021

ଲଗାତାର ତୃତୀୟ ଦିନ ପାଇଁ ୨୦୦ରୁ କମ୍ ଆକ୍ରାନ୍ତ ଚିହ୍ନଟ, ୧୯୦୦ ଛୁଇଁଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଗାତାର ତୃତୀୟ ଦିନ ପାଇଁ ରାଜ୍ୟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ତଳେ ରହିଛି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୭୭ଟି ହେଉଛି ଲୋକାଲ୍ କେସ୍‌।

୨୩ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୬, ବରଗଡ଼ରୁ ୧୦, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୩, ବୌଦ୍ଧରୁ ଜଣେ, କଟକରୁ ୭, ଦେବଗଡ଼ରୁ ୨, ଗଜପତିରୁ ୩, ଗଞ୍ଜାମରୁ ଜଣେ, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୧୯, ମୟୂରଭଞ୍ଜରୁ ୮, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୧୮, ପୁରୀରୁ ୧୩, ସମ୍ବଲପୁରରୁ ୧୯ ଓ ସୁନ୍ଦରଗଡ଼ରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳ, ଜଗତସିଂହପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୧୮୩ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୩୧୦ରେ ପହଞ୍ଚିଯାଇଛି। ୩,୨୯,୩୧୮ ସୁସ୍ଥ ହୋଇସାରିଥିବା ବେଳେ ୨,୦୩୯ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ସେ ଖୋର୍ଦ୍ଧା ଜିଲ୍ଲାର ବାସିନ୍ଦା ଥିଲେ। ଏହା ସହିତ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧,୯୦୦ରେ ପହଞ୍ଚି ଯାଇଛି। ସେହିପରି ଖୋର୍ଦ୍ଧାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୪ରେ ପହଞ୍ଚିଯାଇଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ଦୁଇ ଦିନ ଧରି ରାଜ୍ୟରେ ଯଥାକ୍ରମେ ୧୭୮ ଓ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା।

The post ଲଗାତାର ତୃତୀୟ ଦିନ ପାଇଁ ୨୦୦ରୁ କମ୍ ଆକ୍ରାନ୍ତ ଚିହ୍ନଟ, ୧୯୦୦ ଛୁଇଁଲା ମୃତ୍ୟୁ ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3oS9yND

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages