୨୫ ଜିଲ୍ଲାରୁ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୨ ଜଣଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 11, 2021

୨୫ ଜିଲ୍ଲାରୁ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୨୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୪ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୨୫ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୮ ଜଣ ଅଛନ୍ତି। ଅନୁଗୋଳ ଜିଲ୍ଲାରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୪, ବରଗଡ଼ରୁ ୧୬, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୧୬, ବୌଦ୍ଧରୁ ଜଣେ, କଟକରୁ ୩, ଦେବଗଡ଼ରୁ ୫, ଗଜପତିରୁ ୪, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୬, କନ୍ଧମାଳରୁ ଜଣେ, କେନ୍ଦୁଝରରୁ ୧୧, ଖୋର୍ଦ୍ଧାରୁ ୧୫, ମୟୂରଭଞ୍ଜରୁ ୧୦, ନୟାଗଡ଼ରୁ ୨, ନୂଆପଡ଼ାରୁ ୫, ପୁରୀରୁ ୧୫, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୫ ଓ ସୋନପୁରରୁ ୩ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡ଼ା, ଢେଙ୍କାନାଳ, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୨୨୫ ନୂଆ କେସ୍‌ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୩୩୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୨୮,୨୭୧ ସୁସ୍ଥ ହୋଇସାରିଛନ୍ତି। ୨,୧୧୩ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି ରାଜ୍ୟରେ କରୋନାରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୯୪ରେ ପହଞ୍ଚିଛି।

ଦୁଇ ମୃତକଙ୍କ ମଧ୍ୟରୁ ଜଣେ ଗଞ୍ଜାମ ଜିଲ୍ଲାର ଓ ଅନ୍ୟ ଜଣେ ଖୋର୍ଦ୍ଧା ଜିଲ୍ଲାର। ଏହା ସହିତ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୮ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧାରେ ୩୩୦ ହୋଇଛି।

The post ୨୫ ଜିଲ୍ଲାରୁ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୨ ଜଣଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/39nF3sr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages