ପୁଣି ଚିହ୍ନଟ ହେଲେ ପଜିଟିଭ, ସବୁଠୁ ଆଗରେ ପୁରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 20, 2021

ପୁଣି ଚିହ୍ନଟ ହେଲେ ପଜିଟିଭ, ସବୁଠୁ ଆଗରେ ପୁରୀ

ଭୁବନେଶ୍ବର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଆଉ ୧୪୩ କରୋନା ସଂକ୍ରମିତ ବାହାରିଛନ୍ତି। ସେମାନଙ୍କ ମଧ୍ୟରେ କ୍ବାରେଣ୍ଟାଇନରୁ ୮୪ ଅଛନ୍ତି। ବାକି ୫୯ଟି ଲୋକାଲ କେସ୍‌ ରହିଛି।

ଷ୍ଟେଟପୁଲକୁ ମିଶାଇ ୨୩ ଜିଲ୍ଲାରୁ ଏହି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ପୁରୀ ଜିଲ୍ଲା ସବୁଠୁ ଆଗରେ ରହିଛି। ଜିଲ୍ଲାରୁ ୨୩ଟି ନୂଆ କରୋନା ମାମଲା ସାମ୍ନାକୁ ଆସିଛି। ସେହିପରି ଅନୁଗୁଳରୁ  ଅନୁଗୋଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୧୭ଜଣ। ସେହିପରି ବୌଦ୍ଧ, ଦେବଗଡ, ସୋନପୁର, ଗଜପତି ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୮୬୬ରେ ପହଁଞ୍ଚିଛି। ସେଥିମଧ୍ୟରୁ ୧୫୮୯ଟି ଆକ୍ଟିଭ କେସ୍‌ ରହିଛି। ୩୩୦୩୨୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୦୩ ରହିଛି।

The post ପୁଣି ଚିହ୍ନଟ ହେଲେ ପଜିଟିଭ, ସବୁଠୁ ଆଗରେ ପୁରୀ appeared first on Odisha Reporter.



from Odisha Reporter https://ift.tt/391tHeF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages