ଲୋଡା ନାହିଁ ନେଗେଟିଭ ରିପୋର୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 10, 2021

ଲୋଡା ନାହିଁ ନେଗେଟିଭ ରିପୋର୍ଟ

ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ କାଳିଆ ଦର୍ଶନ ପାଇଁ କୋହଳ ହେଲା କଟକଣା। ଆସନ୍ତା ୨୧ରୁ ଆଉ ଦରକାର ହେବନି କୋଭିଡ ନେଗେଟିଭ ରିପୋର୍ଟ । ଏନେଇ ଆଜି ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର।

ସମୀକ୍ଷା ବୈଠକରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ନୀତି ନିୟମ ନିର୍ଦ୍ଧାରଣ ହୋଇଛି। ବୟସ୍କ ବ୍ୟକ୍ତିଙ୍କ ଦର୍ଶନ ପାଇଁ ଧାଡି ବ୍ୟବସ୍ଥା କରାଯିବ। ଏବେ ଦର୍ଶନ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ଦରକାର ପଡୁଥିବା ବେଳେ ଜାନୁଆରୁ ୨୧ରୁ ଏହି ରିପୋର୍ଟ ଆଉ ଦରକାର ପଡିବ ନାହିଁ। ଏଥିସହ ସାକଳ ୭ରୁ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ରହିବ । ଦୈନିକ ୩୦ ହଜାର ଭକ୍ତିଙ୍କୁ ଦର୍ଶନ ଅନୁମତି ମିଳିବ।

ତେବେ ସକାଳ ୬ଟାରୁ ୭ଟା ପର୍ଯ୍ୟନ୍ତ ପୁରୀ ସହରବାସୀ ମହାପ୍ରଭୁଙ୍କ ଦର୍ଶନ ସୁବିଧା ପାଇବେ । ୭ଟା ପରେ ସାଧାରଣ ଦର୍ଶନ ଆରମ୍ଭ ହେବ । ଅନ୍ୟ ସମୟରେ ପୁରୀ ସହରବାସୀ ଚାହିଁଲେ ଧାଡିରେ ଆସି ଦର୍ଶନ କରିପାରିବେ। ଏ ସମସ୍ତ ନିୟମ ଜାନୁଆରୀ ୨୧ରୁ ଫେବ୍ରୁଆରୀ ୨୧ ଯାଏଁ ଲାଗୁ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ତେବେ ପୂର୍ବଭଳି ଆନନ୍ଦ ବଜାରରେ ମହାପ୍ରସାଦ ସେବନକୁ ଅନୁମତି ମିଳିନାହିଁ।

The post ଲୋଡା ନାହିଁ ନେଗେଟିଭ ରିପୋର୍ଟ appeared first on Odisha Reporter.



from Odisha Reporter https://ift.tt/3qiZG03

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages