ଲଗାତାର ତୃତୀୟ ଦିନ ପାଇଁ ରାଜ୍ୟରେ ୨୦୦ରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ, ୭ଟି ଜିଲ୍ଲାରୁ କେହି ନାହାନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 4, 2021

ଲଗାତାର ତୃତୀୟ ଦିନ ପାଇଁ ରାଜ୍ୟରେ ୨୦୦ରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ, ୭ଟି ଜିଲ୍ଲାରୁ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଗାତାର ତୃତୀୟ ଦିନ ପାଇଁ ରାଜ୍ୟରେ ୨୦୦ରୁ କମ୍ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ରାଜ୍ୟରେ ଆଉ ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୩ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୨୩ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତମାନଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରେ ସର୍ବାଧିକ ୩୪ ଜଣ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦, ଭଦ୍ରକରୁ ୩, ବଲାଙ୍ଗିରରୁ ୧୪, ବୌଦ୍ଧରୁ ଜଣେ, କଟକରୁ ୯, ଗଞ୍ଜାମରୁ ୩, ଜଗତସିଂହପୁରରୁ ୪, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୪ , କେନ୍ଦୁଝରରୁ ୧୯, ଖୋର୍ଦ୍ଧାରୁ ୧୭, ମୟୂରଭଞ୍ଜରୁ ୧୧, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨, ନୂଆପଡ଼ାରୁ ୨, ପୁରୀରୁ ୯, ସମ୍ବଲପୁରରୁ ୯, ସୋନପୁରରୁ ୩ ଓ ସୁନ୍ଦରଗଡ଼ରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତି, ଦେବଗଡ଼, ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୧୯୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୬୯୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୨୬,୫୦୬ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୨୪୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୨ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୭ରେ ପହଞ୍ଚି ଯାଇଛି।

ସୂଚନାଯୋଗ୍ୟ, ଗତ ଦୁଇ ଦିନ ଧରି ରାଜ୍ୟରେ ଯଥାକ୍ରମେ ୧୮୩ ଓ ୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

The post ଲଗାତାର ତୃତୀୟ ଦିନ ପାଇଁ ରାଜ୍ୟରେ ୨୦୦ରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ, ୭ଟି ଜିଲ୍ଲାରୁ କେହି ନାହାନ୍ତି appeared first on Odisha Reporter.



from Odisha Reporter https://ift.tt/3b9wUdS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages