୨୪ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 23, 2021

୨୪ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୫୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୧ଟି ହେଉଛି ଲୋକାଲ୍ କେସ୍। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୨୪ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭, ବରଗଡ଼ରୁ ୧୮, ଭଦ୍ରକରୁ ୭, ବଲାଙ୍ଗିରରୁ ୫, ବୌଦ୍ଧରୁ ୨, କଟକରୁ ୧୫, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ୩, ଜଗତସିଂହପୁରରୁ ୬, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୬, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୪, ମୟୂରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ୨, ନୂଆପଡ଼ାରୁ ୩, ପୁରୀରୁ ୧୦, ସମ୍ବଲପୁରରୁ ୧୦ ଓ ସୋନପୁରରୁ ୨ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍ ପୁଲ୍‌ରୁ ଜଣେ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳ, ଗଜପତି, କୋରାପୁଟ, ମାଲକାନଗିରି, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୧୫୦ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୩୦୦ରେ ପହଞ୍ଚିଯାଇଛି। ୩,୩୦,୯୬୨ ଜଣ ସୁସ୍ଥ ହୋଇସାରିଛନ୍ତି। ୧,୩୮୦ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ କରୋନାରେ ରାଜ୍ୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ସୁନ୍ଦରଗଡ଼ ଜିଲ୍ଲାର। ଏହା ସହିତ ସୁନ୍ଦରଗଡ଼ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୨ରେ ପହଞ୍ଚିଛି। ସେହିପରି ସାରା ରାଜ୍ୟରେ କରୋନାରେ ଏହାକୁ ମିଶାଇ ଏଯାବତ ୧,୯୦୫ ଜଣଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ୧୪୧, ଗଞ୍ଜାମରୁ ୨୪୮ ଓ ପୁରୀରୁ ୧୧୭ ଜଣଙ୍କ ମୃତ୍ୟୁ ଘଟିଛି।

The post ୨୪ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/2Y6lqjB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages