କରୋନାରେ ୩୭ ବର୍ଷୀୟ ଯୁବକଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 3, 2021

କରୋନାରେ ୩୭ ବର୍ଷୀୟ ଯୁବକଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୫ରେ ପହଞ୍ଚିଛି।

ଉଭୟ ମୃତକ ପୁରୁଷ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ୩୭ ବର୍ଷ ହୋଇଥିଲା। ସେ ସୁନ୍ଦରଗଡ଼ ଜିଲ୍ଲାର। ଅନ୍ୟ ଜଣଙ୍କୁ ୫୨ ବର୍ଷ ହୋଇଥିଲା। ସେ ବାଲେଶ୍ୱରର। ସେ ଡାଇବେଟିସ୍ ଜନିତ ସମସ୍ୟାରେ ବି ପୀଡ଼ିତ ଥିଲେ।

ସୁନ୍ଦରଗଡ଼ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୮ରେ ପହଞ୍ଚିଥିବା ବେଳେ ବାଲେଶ୍ୱରରେ ୯୫ ହୋଇଛି।

ଅନ୍ୟପକ୍ଷରେ ୧୮୩ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୨୬,୨୦୯ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୩୪୫ ଜଣ ଚିକିତ୍ସାଧୀନ ଅଛନ୍ତି।

The post କରୋନାରେ ୩୭ ବର୍ଷୀୟ ଯୁବକଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/3pDTijw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages