ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୧୦ ଦିନ ପରେ ରାଜ୍ୟରେ ପୁଣି ଥରେ ଗୋଟିଏ ଦିନରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ତଳକୁ ଖସିଛି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ଜାନୁଆରୀ ୧୪ ତାରିଖରେ ରାଜ୍ୟରେ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୭୮ଟି ହେଉଛି ଲୋକାଲ୍ କେସ୍। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
୨୬ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍ରୁ ଏହି ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳରୁ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧, ବରଗଡ଼ରୁ ୧୫ , ବଲାଙ୍ଗିରରୁ ୮, ବୌଦ୍ଧରୁ ୨, କଟକରୁ ୧୪, ଦେବଗଡ଼ରୁ ଜଣେ, ଗଜପତିରୁ ୨, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୭, କୋରାପୁଟରୁ ୧, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୨, ନୂଆପଡ଼ାରୁ ୪, ପୁରୀରୁ ୧୪, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨୦ ଓ ସୋନପୁରରୁ ୪ ଜଣ ଚିହ୍ନଟ ହୋଇଛନ୍ତି।
ଷ୍ଟେଟ୍ ପୁଲ୍ରୁ ଜଣେ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ, ଢେଙ୍କାନାଳ, କନ୍ଧମାଳ ଓ ମାଲକାନଗିରିରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।
୧୯୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୯୪୯ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୨୮,୮୩୨ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୧୬୬ ଜଣ ଚିକିତ୍ସାଧୀନ ଅଛନ୍ତି।
ଅନ୍ୟପକ୍ଷରେ କରୋନାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୯୮ରେ ପହଞ୍ଚିଛି। ମୃତକ ଦ୍ୱୟ ଖୋର୍ଦ୍ଧା ଓ ସୁନ୍ଦରଗଡ଼ର। ଉଭୟ ପୁରୁଷ ଥିଲେ। ସେମାନଙ୍କୁ ଯଥାକ୍ରମେ ୬୯ ଓ ୫୦ ବର୍ଷ ହୋଇଥିଲା। ଖୋର୍ଦ୍ଧାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୩ରେ ପହଞ୍ଚିଥିବା ବେଳେ ସୁନ୍ଦରଗଡ଼ରେ ୧୭୦ ହୋଇଛି।
The post ପୁଣି ୨୦୦ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା appeared first on Odisha Reporter.
from Odisha Reporter https://ift.tt/38IHl6k
No comments:
Post a Comment