ରାଜ୍ୟରେ ମାତ୍ର ୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୮ ଜିଲ୍ଲାରୁ ଜଣେ ଲେଖାଏ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 28, 2021

ରାଜ୍ୟରେ ମାତ୍ର ୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୮ ଜିଲ୍ଲାରୁ ଜଣେ ଲେଖାଏ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ମାତ୍ର ୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଆସିଥିବା କୋଭିଡ୍-୧୯ ରିପୋର୍ଟରେ ଏହି ସୂଚନା ଦିଆଯାଇଛି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ରିପୋର୍ଟ ଟ୍ୱିଟ୍ କରାଯାଇଥିବା ବେଳେ ୭୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୮ଟି ହେଉଛି ଲୋକାଲ୍ କେସ୍‌।

୨୦ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ସର୍ବାଧିକ ୧୧ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪, ବରଗଡ଼ରୁ ୨, କଟକରୁ ୪, ଦେବଗଡ଼ରୁ ୨, ଯାଜପୁରରୁ ୫, କେନ୍ଦ୍ରାପଡ଼ାରୁ ୪, ମୟୂରଭଞ୍ଜରୁ ୩, ପୁରୀରୁ ୮ ଓ ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଛନ୍ତି।

ବଲାଙ୍ଗିର, ଗଞ୍ଜାମ, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ଖୋର୍ଦ୍ଧା, କୋରାପୁଟ ଓ ମାଲକାନଗିରିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଜପତି, କନ୍ଧମାଳ, କେନ୍ଦୁଝର, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ବି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୭୭ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୫୨୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୧,୨୮୪ ଜଣ ସୁସ୍ଥ ହୋଇସାରିଛନ୍ତି। ୧,୨୮୬ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୦୬ ହୋଇଛି।

The post ରାଜ୍ୟରେ ମାତ୍ର ୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୮ ଜିଲ୍ଲାରୁ ଜଣେ ଲେଖାଏ appeared first on Odisha Reporter.



from Odisha Reporter https://ift.tt/3t6KBkh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages