ପ୍ରତି ଜିଲ୍ଲାରେ ସ୍ଥାପନ ହେବ ସମନ୍ୱିତ ପରୀକ୍ଷାଗାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 31, 2021

ପ୍ରତି ଜିଲ୍ଲାରେ ସ୍ଥାପନ ହେବ ସମନ୍ୱିତ ପରୀକ୍ଷାଗାର

ନୂଆଦିଲ୍ଲୀ: ଆଜି ସଂସଦରେ ଚଳିତ ବର୍ଷର ସାଧାରଣ ବଜେଟ ଉପସ୍ଥାପନ ହେଉଛି। ଅର୍ଥମନ୍ତ୍ରୀ ନିର୍ମଲା ସୀତାରମଣ ଟାବ୍‌ ଜରିଆରେ ଆର୍ଥିକ ବର୍ଷ୨୦୨୧-୨୨ର ବଜେଟ୍‌ ଉପସ୍ଥାପନ କରୁଛନ୍ତି। ଚଳିତ ବଜେଟ୍‌ରେ ସ୍ୱାସ୍ଥ୍ୟ ସେବା ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି। ସ୍ୱାସ୍ଥ୍ୟ ସେବାର ଭିତ୍ତିଭୂମି ବିକାଶ ପାଇଁ ପ୍ରାଥମିକତା ଦିଆଯିବ ବୋଲି ଅର୍ଥ ମନ୍ତ୍ରୀ କହିଛନ୍ତି।

ଅର୍ଥମନ୍ତ୍ରୀ ଆର୍ମନିର୍ଭର ସ୍ୱାସ୍ଥ୍ୟ ଭାରତ ଯୋଜନା ଘୋଷଣା କରିଛନ୍ତି । ଏଥିରେ ୬୪୧୮୦ କୋଟି ଟଙ୍କା ପ୍ରଦାନ କରାଯାଇଛି ।ଏହାସହ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ସ୍ଥାନୀୟ ମିଶନ ଦେଶରେ ଲଞ୍ଚ୍ କରାଯିବ । ପ୍ରତି ଜିଲ୍ଲାରେ ସମନ୍ୱିତ ପରୀକ୍ଷାଗାର ସ୍ଥାପନ ହେବ। ସେହିପରି ଦେଶରେ ୧୫ଟି ହେଲ୍‌ପ ଏମର୍ଜେନ୍ସି ସେଣ୍ଟର ପ୍ରତିଷ୍ଠା କରାଯିବ।

ଅନ୍ୟପଟେ ସ୍ୱଚ୍ଛ ପାନୀୟ ଜଳ ପାଇଁ ୨.୮୭ ଲକ୍ଷ କୋଟି ବ୍ୟୟବରାଦ ହୋଇଛି। ସେହିପରି କରୋନା ଭାକସିନ୍ ତିଆରି ପାଇଁ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୩୫ ହଜାର କୋଟି ଟଙ୍କା ଘୋଷଣା କରିଛନ୍ତି । କରୋନା ଯୋଗୁଁ ପ୍ରଭାବିତଙ୍କ ପାଇଁ ପ୍ୟାକେଜ ଘୋଷଣା ହୋଇଛି। କରୋନା କାଳରେ ଡ୍ୟୁଟି କରିଥିବା ଲୋକଙ୍କୁ ପ୍ରଶଂସା କରିଛନ୍ତି ସୀତାରମଣ। ଦେଶରେ ୭ଟି ଟେକ୍ସଟାଇଲ୍ ପାର୍କ ପ୍ରତିଷ୍ଠା କରାଯିବ । ଏହା ତିନି ବର୍ଷରେ ତିଆରି ହୋଇଯିବ ।

The post ପ୍ରତି ଜିଲ୍ଲାରେ ସ୍ଥାପନ ହେବ ସମନ୍ୱିତ ପରୀକ୍ଷାଗାର appeared first on Odisha Reporter.



from Odisha Reporter https://ift.tt/2Ml1xmx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages