ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 25, 2021

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର (ଓଡ଼ିଶାର ରିପୋର୍ଟର): ଆଜି ସାରା ଦେଶ ପାଳନ କରୁଛି ୭୨ତମ ସାଧାରଣତନ୍ତ୍ର ଦିବସ। ଏଥିପାଇଁ ପୂରା ଦେଶ ଉତ୍ସବମୁଖର। ଏହି ଅବସରରେ ରାଜଧାନୀ ଭୁବନେଶ୍ୱରରେ ପାଳିତ ହୋଇଯାଇଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଏହା ସହିତ ଅନୁଷ୍ଠିତ ରାଜ୍ୟସ୍ତରୀୟ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ଏଥର ରାଜ୍ୟସ୍ତରୀୟ ପରେଡରେ ୧୪ଟି କଣ୍ଟିନଜେଣ୍ଟ ଅଂଶ ଗ୍ରହଣ କରିଥିଲେ। ଆଉ ଏହି ପରେଡର ନେତୃତ୍ୱ ନେଇଥିଲେ ଯୁବ ଆଇପିଏସ୍ ଏସ୍‌. ସୁଶ୍ରୀ। ସେ ଏବେ କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଛନ୍ତି। କରୋନା ଯୋଗୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଥର ରାଜ୍ୟ ସ୍ତରୀୟ ପରେଡରେ ସ୍କୁଲ୍,କଲେଜ ଛାତ୍ରଛାତ୍ରୀଙ୍କୁ ସାମିଲ କରାଯାଇ ନଥିଲା।

ଅନ୍ୟପକ୍ଷରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଆଜି ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ୨୫ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯାଇଥିଲା।

ପରେଡ୍ ପାଇଁ ସକାଳେ ଗାନ୍ଧୀ ମାର୍ଗରେ ଗାଡ଼ିଚଳାଚଳକୁ ବାରଣ କରାଯାଇଥିଲା। ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ହାଉସିଂବୋର୍ଡ ଛକରୁ ରବୀନ୍ଦ୍ର ମଣ୍ଡପ ଦେଇ ଆସୁଥିବା ଗାଡ଼ିକୁ କେଶରୀ ଟକିଜ୍ ରାସ୍ତାରେ ଡାଇଭର୍ଟ କରାଯାଇଥିଲା। ସେହିପରି ଏଜି ଛକରୁ ପିଏମ୍‌ଜି ଦେଇ ଯାଉଥିବା ଗାଡ଼ି ଗୁଡ଼ିକୁ ଜୟଦେବ ଭବନ ଦେଇ ଇଡକଲ ଅଡିଟୋରିୟମ ଆଡେ ଡାଇଭର୍ଟ କରାଯାଇଥିଲା।

ସେହିପରି ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ପତାକା ଉତ୍ତୋଳନ କରାଯାଇଛି ଓ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ତେବେ ସବୁଠୁ କରୋନା କଟକଣା ମଧ୍ୟରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି।

The post ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ appeared first on Odisha Reporter.



from Odisha Reporter https://ift.tt/36fcmNP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages