ନୂଆବର୍ଷରେ ବଦଳିଲେ ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 1, 2021

ନୂଆବର୍ଷରେ ବଦଳିଲେ ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନୂଆବର୍ଷର ପ୍ରଥମ ଦିନରେ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଓଏମ୍‌ସି ଏମ୍‌ଡି ଥିବା ଆର୍‌.ଭିନିଲ କ୍ରିଷ୍ଣାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏହା ସହିତ ସେ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ବି ରହିବେ।

ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂହଙ୍କୁ ବଦଳି କରାଯାଇଛି। ତାଙ୍କୁ ଓଏମ୍‌ସିର ଏମ୍‌ଡି ଭାବେ ଅବସ୍ଥାପିତ କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ପୁରୀ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ସେହିଭଳି ରାୟଗଡ଼ା ପିଡି ଡିଆରଡିଏ ଥିବା ଅମ୍ରିତ ଋତୁରାଜଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି।

୨୦୧୦ ବ୍ୟାଚ୍‌ର ଆଇଏଏସ୍‌ ମହମ୍ମଦ ସାଦିକ ଆଲାମଙ୍କୁ ଶିଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ ଭୁବନେଶ୍ୱରର ସ୍ପେଶାଲ୍‌ ଏଡିଏମ୍‌ ତଥା ବିଏମ୍‌ସିର ଅତିରିକ୍ତ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ସମ୍ଭାଳୁଥିବା ପାରୁଲ ପଟୱାରୀଙ୍କୁ ପୂର୍ତ୍ତ ବିଭାଗର ଉପ ସଚିବ କରାଯାଇଛି। ଖୋର୍ଦ୍ଧାର ସ୍ପେଶାଲ ଏ଼ଡିଏମ୍ ଥିବା ବିଶାଳ ସିଂହଙ୍କୁ ଯାଜପୁରର ପିଡି ଡିଆରଡିଏ ଭାବେ ନିଯୁକ୍ତ କରାଯାଇଛି।

ଜଗତସିଂହପୁର ଜିଲ୍ଲାପାଳ ସରୋଜ କୁମାର ମିଶ୍ରଙ୍କୁ ରାୟଗ଼ଡା ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ରାୟଗଡ଼ା ଜିଲ୍ଲାପାଳ ଥିବା ପ୍ରମୋଦ କୁମାର ବେହେରା ରାଜସ୍ୱ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି।

ସୂଚନାଯୋଗ୍ୟ, ଆଜି ନୂଆ ବର୍ଷରେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୮୬ ବ୍ୟାଚ୍‌ର ଆଇଏଏସ୍ ଅଫିସର ସୁରେଶ କୁମାର ମହାପାତ୍ର। ଅସିତ୍ କୁମାର ତ୍ରିପାଠୀ ଗତକାଲି ଚାକିରିରୁ ଅବସର ନେବା ପରେ ଶ୍ରୀ ମହାପାତ୍ର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେହିପରି ୧୯୮୯ ବ୍ୟାଚ୍‌ର ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ଆଜି ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

The post ନୂଆବର୍ଷରେ ବଦଳିଲେ ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳ appeared first on Odisha Reporter.



from Odisha Reporter https://ift.tt/38JZf7u

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages