୨୦୦ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା; ୮ ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ, ୬ ଜିଲ୍ଲରୁ ଶୂନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 2, 2021

୨୦୦ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା; ୮ ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ, ୬ ଜିଲ୍ଲରୁ ଶୂନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୯୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୩ଟି ହେଉଛି ଲୋକାଲ୍ କେସ୍। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୨୪ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୩୩ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ରୁ ୮, ବଲାଙ୍ଗିରରୁ ୧୭, କଟକରୁ ୧୦, ଜଗତସିଂହପୁରରୁ ୨, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୧୩, କେନ୍ଦ୍ରାପଡ଼ାରୁ ୯, ଖୋର୍ଦ୍ଧାରୁ ୧୦, ମୟୂରଭଞ୍ଜରୁ ୯, ନୂଆପଡ଼ାରୁ ୪, ପୁରୀରୁ ୧୩, ରାୟଗଡ଼ାରୁ ୨ ଓ ସମ୍ବଲପୁରରୁ ୧୬ ଜଣ ଚିହ୍ନଟ ହୋଇଛନ୍ତି।

୮ଟି ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। ସେହି ଜିଲ୍ଲା ଗୁଡ଼ିକୁ ହେଉଛି- ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କୋରାପୁଟ, ନବରଙ୍ଗପୁର, ନୟାଗଡ଼ ଓ ସୋନପୁର।

ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ୬ଟି ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ସେହି ଜିଲ୍ଲାଗୁଡ଼ିକ ହେଉଛି- ଭଦ୍ରକ, ଗଜପତି, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି ଓ କେନ୍ଦୁଝର।

୧୯୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୩୦୯ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୨୫,୯୬୫ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୪୦୮ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିଭଳି ରାଜ୍ୟରେ ଆଉ ୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୩ରେ ପହଞ୍ଚିଯାଇଛି।

The post ୨୦୦ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା; ୮ ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ, ୬ ଜିଲ୍ଲରୁ ଶୂନ appeared first on Odisha Reporter.



from Odisha Reporter https://ift.tt/2KMjhGN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages