ପ୍ରବେଶ ପୂର୍ବରୁ ଥର୍ମାଲ ସ୍କ୍ରିନିଂ, ଲକ୍ଷଣ ଥିଲେ ମନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 19, 2021

ପ୍ରବେଶ ପୂର୍ବରୁ ଥର୍ମାଲ ସ୍କ୍ରିନିଂ, ଲକ୍ଷଣ ଥିଲେ ମନା

ପୁରୀ(ଓଡ଼ିଶା ରିପୋର୍ଟର): କାଲିଠାରୁ ନିର୍ବିଘ୍ନରେ କରିହେବ କାଳିଆ ଦର୍ଶନ। ବିନା କରୋନା ରିପୋର୍ଟରେ ଭକ୍ତମାନ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ। ଏଥିଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପୁରୀ ଜିଲ୍ଲାପାଳ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଜିଲ୍ଲାପାଳଙ୍କ ସମେତ ପୁରୀ ଏସ୍ପି, ଡିଆଇଜି ସମୀକ୍ଷା କରି କିଭଳି ଦର୍ଶନକୁ ସୁବ୍ୟବସ୍ଥିତ କରାଯାଇ ପାରିବ ସେ ଉପରେ ଆଲୋଚନା କରିଛନ୍ତି।

ପୁରୀ ବାସିନ୍ଦାଙ୍କ ପାଇଁ ସକାଳ୬ରୁ ୭ଟା ପର୍ଯ୍ୟନ୍ତ ସ୍ୱତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯାଇଛି। ସକାଳ ୭ଟା ପରେ ସାଧାରଣ ଭକ୍ତମାନେ ମନ୍ଦିରକୁ ଯାଇ ଦର୍ଶନ କରିପାରିବେ। ଏଥିଲାଗି ସେବାୟତଙ୍କ ସହ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଥର୍ମାଲ ସ୍କାନିଂ ଏବଂ ସାନିଟାଇଜ୍ କରିବା ପରେ ସମସ୍ତ ଭକ୍ତ ଦର୍ଶନ କରିବା ପାଇଁ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଥର୍ମାଲ ସ୍କାନିଂରେ ଯାହାର ତାପମାତ୍ରା ୧୦୦ ଫାରାନାଇଟ ଉପରେ ରହିବ ସେମାନେ ଦର୍ଶନ ପାଇଁ ଯାଇପାରିବେ ନାହିଁ। ସେହିପରି ଦିବ୍ୟାଙ୍ଗ ଏବଂ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ପୁରୀରେ ୨୬ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ୨ ଆଡିସନାଲ ଏସ୍ପି, ୭ ଡିଏସ୍ପି ଏବଂ ୨୦ ଇନ୍ସପେକ୍ଟର ସୁରକ୍ଷା ଦାୟିତ୍ୱରେ ରହିବେ।

The post ପ୍ରବେଶ ପୂର୍ବରୁ ଥର୍ମାଲ ସ୍କ୍ରିନିଂ, ଲକ୍ଷଣ ଥିଲେ ମନା appeared first on Odisha Reporter.



from Odisha Reporter https://ift.tt/3bRrRix

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages