ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 13, 2021

ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ(ଓଡ଼ିଶା ରିପୋର୍ଟର): ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଗତକାଲି ଚିକିତ୍ସାଧୀନ ଅବସ୍ଥାରେ କଟକ ଏସ୍‌ସିବିରେ ପ୍ରକାଶଙ୍କ ପରଲୋକ ହୋଇଥିଲା।

ପଦ୍ମଶ୍ରୀ ପ୍ରକାଶ ରାଓଙ୍କ ବିୟୋଗରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ଏବଂ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ଗଭୀର ଶୋକବ୍ୟକ୍ତ କରିଛନ୍ତି।

ଡିସେମ୍ବର ୨୫ ତାରିଖରେ ଡି. ପ୍ରକାଶ ରାଓ ଅସୁସ୍ଥ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେହି ସମୟରେ ତାଙ୍କର ହୋଇଥିବା କରୋନା ଟେଷ୍ଟରେ ପଜିଟିଭ୍ ଆସିଥିଲା। ପରେ ତାଙ୍କୁ ଏସସିବି କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ରାଓଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଚିକିତ୍ସା ପାଇଁ ଏକ ଡାକ୍ତରୀ ଟିମ୍ ଗଠନ କରାଯାଇଥିଲା।

କିଛି ଦିନ ତଳେ ତାଙ୍କର କୋଭିଡ୍ ରିପୋର୍ଟ ମଧ୍ୟ ନେଗେଟିଭ୍ ଆସିଥିଲା। ପରେ ତାଙ୍କୁ ସେଣ୍ଟ୍ରାଲ୍ ଆଇସିୟୁକୁ ସ୍ଥାନାନ୍ତର କରାଯିବା ପାଇଁ ଯୋଜନା କରାଯାଇଥିଲା। ଏହା ପୂର୍ବରୁ ଗତକାଲି ଅପରାହ୍ନ ୪.୧୫ ମିନିଟ୍‌ରେ ସବୁ ଦିନ ପାଇଁ ଆଖି ବୁଜିଦେଲେ ଡି. ରାଓ । ବ୍ରେନ ଷ୍ଟ୍ରୋକରେ ତାଙ୍କର ପରଲୋକ ଘଟିଥିବା କହିଛନ୍ତି ତାଙ୍କ ଝିଅ।

ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ କଟକ ବକ୍ସିବଜାରରେ ଏକ ଚା’ ଦୋକାନ କରିଥିଲେ। ସେଥିରୁ ଉପାର୍ଜିତ ଅର୍ଥରେ ସେ ବସ୍ତି ପିଲାମାନଙ୍କୁ ପାଠ ପଢ଼ାଉଥିଲେ। ଏଥିସହ ସେ ନିଜ ଉଦ୍ୟମରେ ସ୍କୁଲ କରିଛନ୍ତି। ଏହାଛଡ଼ା ସେ ୨୦୦ ଥରରୁ ଅଧିକ ଥର ରକ୍ତଦାନ କରିଛନ୍ତି। ସେଥିପାଇଁ ୨୦୧୯ରେ ପ୍ରକାଶଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଥିଲା। ଏହାସହ ‘ମନକି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଡି. ପ୍ରକାଶ ରାଓଙ୍କ ଭୂୟସୀ ପ୍ରଶଂସା କରିଥିଲେ।

The post ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ appeared first on Odisha Reporter.



from Odisha Reporter https://ift.tt/3icDL7M

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages