ଆଜି ଆସୁଛି କରୋନା ଟିକା; ସନ୍ଧ୍ୟା ପର୍ଯ୍ୟନ୍ତ ରେଜିଷ୍ଟ୍ରେଶନ ଓପନ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 11, 2021

ଆଜି ଆସୁଛି କରୋନା ଟିକା; ସନ୍ଧ୍ୟା ପର୍ଯ୍ୟନ୍ତ ରେଜିଷ୍ଟ୍ରେଶନ ଓପନ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଅପରାହ୍ନରେ ଓଡ଼ିଶାରେ ପହଞ୍ଚିବ କରୋନା ଭ୍ୟାକ୍ସିନ କୋଭିସିଲ୍ଡ। ଏଥିନିମନ୍ତେ  ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛୁ ବୋଲି କହିଲେ BMC କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ଦୀର୍ଘ ମାସ ଧରି କରୋନାରେ କଲବଲ ହେବା ପରେ ଏହା ଉପରେ ସମ୍ପୂର୍ଣ୍ଣ  ରାଜ୍ୟବାସୀଙ୍କ ନଜର ରହିଛି। ହେଲେ ପ୍ରଥମେ ଡାକ୍ତର, ସ୍ୱାସ୍ଥ୍ୟକର୍ମୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦିଆଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।

ଏନେଇ BMC କମିଶନର କହିଛନ୍ତି,  ଭୁବନେଶ୍ୱରର ୨୧ ହଜାର ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ କର୍ମଚାରୀଙ୍କ ଲିଷ୍ଟ୍ ଦିଆଯାଇଛି। ଆଜି ସନ୍ଧ୍ୟା ପର୍ଯ୍ୟନ୍ତ ରେଜିଷ୍ଟ୍ରେସନ ଓପନ ଅଛି ।  ଏହାବ୍ୟତୀତ ଯେଉଁ ସ୍ୱାସ୍ଥ୍ୟ କର୍ମ ଏ ପର୍ଯ୍ୟନ୍ତ ରେଜିଷ୍ଟ୍ରେଶନ କରି ନାହାନ୍ତି ସେମାନଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ରେଜିଷ୍ଟ୍ରେଶନ କରାଇ ନେବାକୁ କୁହାଯାଉଛି। ରାଜଧାନୀର କ୍ୟାପିଟାଲ ହସ୍ପିଟାଲକୁ ମିଶାଇ ୨୭ଟି ସରକାରୀ ଓ ୧୮ଟି ଘରୋଇ ହସ୍ପିଟାଲରେ ଟିକାକରଣ ସେଣ୍ଟର ହେବ ।

ଏହାପରେ ଆସନ୍ତା ୧୬ ତାରିଖରେ ଭୁବନେଶ୍ୱରର ୫ଟି ସ୍ଥାନ କ୍ୟାପିଟାଲ ହସ୍ପିଟାଲ, ୟୁନିଟ-୪ ସରକାରୀ ହସ୍ପିଟାଲ, ବିଏମ୍‌ସି ହସ୍ପିଟାଲ, ସମ୍ ଓ କିମ୍ସ ହସ୍ପିଟାଲରେ ଭ୍ୟାକ୍ସିନ ଲଞ୍ଚ୍ କରାଯିବ ବୋଲି କହିଛନ୍ତି କମିଶନର।

ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କଠାରୁ ଅନୁମତି ପ୍ରାପ୍ତ ହେବା ପରେ  ଆଜି ଏହା  ଓଡ଼ିଶା ସମେତ ଦେଶର ବିଭିନ୍ନ ରାଜ୍ୟରେ ପହଞ୍ଚିବ। ପୁଣେରୁ ଭୁବନେଶ୍ୱରକୁ ସ୍ୱତନ୍ତ୍ର ସ୍ପାଇସ ଜେଟ୍ ବିମାନରେ ଆସିବ ଟିକା। ଏହା  ଅପରାହ୍ନ ୪ଟା ୨୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବ। ଆଜି ଟିକା ପହଞ୍ଚିବା ନେଇ  ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାକୁ ୪୦, ୮୦୦ ବୋଟଲରେ  ୪ ଲକ୍ଷ ୮ ହଜାର ଡୋଜ ଆସିବ ବୋଲି ବିଶେଷ ସୂତ୍ରରୁ ଜଣାଯାଇଛି।

ସୂଚନାଯୋଗ୍ୟ, ସେରମ୍ ପାଖରୁ ସରକାର ୧୧ ମିଲିୟନ୍ (୧୦ ନିୟୁତ) କୋଭିଶିଲ୍ଡ ଟିକା କିଣିବେ। ପ୍ରାରମ୍ଭରେ କୋଭିଶିଲ୍ଡ ଟିକା ପ୍ରତି ଡୋଜ ପିଛା ୨୦୦ ଟଙ୍କା ହେବ। ଜାନୁଆରୀ ୧୬ରୁ ସାରା ଦେଶରେ ଟିକାକରଣ ଆରମ୍ଭ ହେବ। କୋଭିଶିଲ୍ଡ ଟିକା ଅକ୍ସଫୋର୍ଡ ୟୁନିଭରସିଟି ଏବଂ ଆଷ୍ଟ୍ରା ଜେନେଙ୍କା ଦ୍ୱାରା ବିକଶିତ ହୋଇଥିବାବେଳେ ସେରମ୍ ଇନଷ୍ଟିଚ୍ୟୁଟ୍ ଏହାକୁ ଭାରତରେ ପ୍ରସ୍ତୁତ କରିଛି।

ଅକ୍ସଫୋର୍ଡ ପ୍ରସ୍ତୁତ କରୋନା ଟିକା କୋଭିସିଲ୍ଡର ଗୋଟିଏ ଡୋଜ୍‌କୁ ସରକାର ୨୦୦ ଟଙ୍କାରେ କିଣିବେ। ଜଣେ ବ୍ୟକ୍ତିଙ୍କୁ ଟିକାର ଦୁଇଟି ଡୋଜ୍‌ ଦିଆଯିବ। ଏହାର ଅର୍ଥ ସରକାର ଜଣଙ୍କ ପିଛା ୪୦୦ ଟଙ୍କା ଖର୍ଚ୍ଚ କରିବେ। ପ୍ରଥମ ଦଫାରେ ପ୍ରାୟ ୩ କୋଟି ଲୋକଙ୍କୁ ମାଗଣାରେ ଟିକା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି।

ଭାରତ ସରକାର ଆସନ୍ତା ୧୬ ତାରିଖରୁ ଦେଶରେ ଟିକାକରଣ ଆରମ୍ଭ କରିବେ। ପ୍ରଥମ ଦଫାରେ ସ୍ୱାସ୍ଥ୍ୟକର୍ମୀ ଓ ସମ୍ମୁଖ କରୋନା ଯୋଦ୍ଧାଙ୍କୁ ଟିକା ଦିଆଯିବ। ଏହାପରେ ୫୦ ବର୍ଷରୁ ଅଧିକ ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ମଧ୍ୟ ଶେଷ ହୋଇଛି। ଟିକାକରଣ ବେଳେ ଯେମିତି କିଛି ଅସୁବିଧା ନ ହେବ, ସେଥିପାଇଁ ଦେଶର ସବୁ ରାଜ୍ୟରେ କରୋନା ଟିକାର ଡ୍ରାଏରନ୍‌ ମଧ୍ୟ କରାଯାଇଛି।

The post ଆଜି ଆସୁଛି କରୋନା ଟିକା; ସନ୍ଧ୍ୟା ପର୍ଯ୍ୟନ୍ତ ରେଜିଷ୍ଟ୍ରେଶନ ଓପନ୍‌ appeared first on Odisha Reporter.



from Odisha Reporter https://ift.tt/2XuSYrl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages