ଦିଲ୍ଲୀ ହିଂସା: ୨୦ ଚାଷୀ ନେତାଙ୍କୁ ନୋଟିସ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 27, 2021

ଦିଲ୍ଲୀ ହିଂସା: ୨୦ ଚାଷୀ ନେତାଙ୍କୁ ନୋଟିସ୍

ନୂଆଦିଲ୍ଲୀ: ଟ୍ରାକ୍ଟର ରାଲି ବେଳେ ନୂଆଦିଲ୍ଲୀରେ ହିଂସା ଘଟଣାରେ ଆକ୍ସନ ମୋଡରେ ରହିଛି ପୁଲିସ । ଏହି ଘଟଣାରେ ଆଜି ଦିଲ୍ଲୀ ପୁଲିସ ୨୦ ଜଣ ଚାଷୀ ନେତାଙ୍କୁ ନୋଟିସ ଜାରି କରିଛି। ଟ୍ରାକ୍ଟର ରାଲି ବେଳେ ସର୍ତ୍ତ ଖିଲାପ ଅଭିଯୋଗରେ ଯୋଗେନ୍ଦ୍ର ଯାଦବ, ବାଲଦେବ ସିଂ ସିରସା, ବଲବୀର ଏସ ରାଜୱାଲଙ୍କ ସମେତ ୨୦ ଜଣ କୃଷକ ନେତାଙ୍କୁ ପୁଲିସ ନୋଟିସ ଜାରି କରିଛି। ୩ ଦିନ ମଧ୍ୟରେ ଜବାବ ରଖିବାକୁ ଏମାନଙ୍କୁ କୁହାଯାଇଛି।


ଜାନୁଆରୀ ୨୬ ଦିନ ହୋଇଥିବା ଟ୍ରାକ୍ଟର ରାଲିରେ ହିଂସା ମାମଲରେ ଯେଉଁମାନଙ୍କ ନାଁରେ ଏଫଆଇଆର୍‌ ରୁଜୁ ହୋଇଛି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୁଲିସକୁ ଗୃହ ମନ୍ତ୍ରାଳୟ ନିର୍ଦ୍ଦେଶ ଦେଇଛି। ଏଥିସହ ଯେଉଁମାନଙ୍କ ନାଁରେ ମାମଲା ରୁଜୁ ହୋଇଛି ସେମାନଙ୍କ ବିରୋଧରେ ଲୁକଆଉଟ୍‌ ନୋଟିସ ମଧ୍ୟ ଜାରି କରିବାକୁ କୁହାଯାଇଛି।  ଯେଉଁମାନଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ ଜାରି ହେବ ସେମାନଙ୍କ ପାସପୋର୍ଟ ମଧ୍ୟ ଜବତ କରାଯିବାକୁ ନିର୍ଦ୍ଦେଶ ହୋଇଛି।


ସେପଟେ ଚାଷୀ ନେତାମାନେ ହିଂସାକୁ ନେଇ ପାଲଟା ପୁଲିସ ଉପରେ ହିଁ ଅଭିଯୋଗ ଆଣିଛନ୍ତି। ସେମାନେ କହିଛନ୍ତି, ରାଲି ପାଇଁ ପୁଲିସ ଯେଉଁ ରୁଟ ଚାର୍ଟ ଦେଇଥିଲା ତାହା ଅବୁଝା ଥିଲା। ତାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଥିଲା। ତେଣୁ ଏଭଳି ହିଂସା ପଛରେ ପ୍ରଶାସନ ହିଁ ଦାୟୀ ବୋଲି ସେମାନେ ପାଲଟା ଅଭିଯୋଗ ଆଣିଛନ୍ତି। ଯେଉଁମାନେ ଲାଲକିଲ୍ଲାରେ ପଶି ଉପଦ୍ରବ କରିଛନ୍ତି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୃଷକମାନେ ଦାବି କରିଛନ୍ତି।

The post ଦିଲ୍ଲୀ ହିଂସା: ୨୦ ଚାଷୀ ନେତାଙ୍କୁ ନୋଟିସ୍ appeared first on Odisha Reporter.



from Odisha Reporter https://ift.tt/3aarbST

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages